ରୋମୀୟ 3:4 - ପବିତ୍ର ବାଇବଲ4 କେବେ ନୁହେଁ। ଯଦି ପ୍ରତ୍ୟେକ ଲୋକ ଅସତ୍ ହୁଅନ୍ତି, ତେବେ ମଧ୍ୟ ପରମେଶ୍ୱର ସତ୍ୟ ହୋଇ ରହିବେ। ଶାସ୍ତ୍ରରେ ଲେଖା ଅଛି ଯେ: “ତୁମ୍ଭେ ତୁମ୍ଭର କରୁଥିବା ବିଷୟ ଦ୍ୱାରା ଧାର୍ମିକ ବୋଲି ପ୍ରମାଣିତ ହେବ ଓ ନ୍ୟାୟବିଗ୍ଭର ହେଲାବେଳେ ତୁମ୍ଭେ ବିଜୟଲାଭ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ଵର ସତ୍ୟ ବୋଲି ସ୍ଵୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି ବିଚାରିତ ହେବା ସମୟରେ ବିଜୟୀ ହେବ।” Gade chapit laଓଡିଆ ବାଇବେଲ4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।'' Gade chapit laପବିତ୍ର ବାଇବଲ (CL) NT (BSI)4 କଦାପି ନୁହେଁ। ମନୁଷ୍ୟମାନେ ସମସ୍ତେ ମିଥ୍ୟାବାଦୀ ହେଲେ ସୁଦ୍ଧା, ଈଶ୍ୱର ସତ୍ୟ। ଶାସ୍ତ୍ରରେ ଉଲେଖ ଅଛି: “ତୁମ ବାକ୍ୟ ଦ୍ୱାରା ତୁମେ ସତ୍ୟ ନିଷ୍ଠ ବୋଲି ପ୍ରମାଣିତ ହୁଅ, ତୁମେ ବିଚାରିତ ହେଲାବେଳେ ତୁମେ ବିଜୟୀ ହୁଅ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।” Gade chapit la |
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।