ରୋମୀୟ 4:12 - ପବିତ୍ର ବାଇବଲ12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା'ହେଲେ ଅବ୍ରହାମ ସେମାନଙ୍କର ପିତା। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ଵାସ ଥିଲା, ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ। Gade chapit laଓଡିଆ ବାଇବେଲ12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତ ପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ । Gade chapit laପବିତ୍ର ବାଇବଲ (CL) NT (BSI)12 ପିତା ଅବ୍ରାହାମ ସୁନ୍ନତ ହେବା ପୂର୍ବରୁ ଯେଉଁ ବିଶ୍ୱାସର ପରିଚୟ ଦେଇଥିଲେ, ଯଦି ସୁନ୍ନତ ହୋଇ ନ ଥିବା ଲୋକମାନେ ନିଜ ଜୀବନରେ ସେହି ପ୍ରକାର ବିଶ୍ୱାସ ଦେଖାଇ ପାରିବେ, ଅବ୍ରାହାମ ସେମାନଙ୍କର ମଧ୍ୟ ପିତା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ। Gade chapit la |
ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।