ରୋମୀୟ 4:21 - ପବିତ୍ର ବାଇବଲ21 ଅବ୍ରହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ୱର ଯାହା ପ୍ରତିଶ୍ରୁତି ଦେଇଛନ୍ତି, ତାହା କରିବାରେ ସେ ସକ୍ଷମ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ଈଶ୍ଵର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ଵାସରେ ବଳବାନ ହେଲେ। Gade chapit laଓଡିଆ ବାଇବେଲ21 କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)21 ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେ ତାହା ପାଳନ କରିବେ ବୋଲି ତାଙ୍କର ଦୃଢ଼ ବିଶ୍ୱାସ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ। Gade chapit la |
ହଁ, ମୁଁ ଜାଣେ ଯେ, କୌଣସି ବିଷୟ ଆମ୍ଭକୁ ପରମେଶ୍ୱରଙ୍କ ପ୍ରେମରୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ୟୁ ନୁହେଁ, ଜୀବନ ନୁହେଁ, ସ୍ୱର୍ଗଦୂତମାନେ ନୁହନ୍ତି, ଆତ୍ମିକ ଶକ୍ତି ଗୁଡ଼ିକ ନୁହନ୍ତି, ଏବେ କିଛି ନୁହେଁ, ଭବିଷ୍ୟତରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚରେ କିଛି ନୁହେଁ, ଗଭୀରରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠାରେ ଥିବା ପରମାତ୍ମାଙ୍କ ପ୍ରେମଠାରୁ ଆମ୍ଭକୁ କେହି ଅଲଗା କରି ପାରିବେ ନାହିଁ।
ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।