ରୋମୀୟ 4:6 - ପବିତ୍ର ବାଇବଲ6 ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ: Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହିପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ଵର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା, Gade chapit laଓଡିଆ ବାଇବେଲ6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ୱର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା, Gade chapit laପବିତ୍ର ବାଇବଲ (CL) NT (BSI)6 ଯେଉଁ ଲୋକର କ୍ରିୟାକର୍ମ ପ୍ରତି ଦୃଷ୍ଟି ନ ଦେଇ ଈଶ୍ୱର ତାକୁ ଧାର୍ମିକ ବୋଲି ଗ୍ରହଣ କରନ୍ତି, ତାକୁ ପ୍ରଶଂସା କରି ଦାଉଦ କହିଛନ୍ତି: Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା, Gade chapit la |
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।
ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।