ରୋମୀୟ 5:1 - ପବିତ୍ର ବାଇବଲ1 ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅତଏବ, ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ସହିତ ଶାନ୍ତିରେ ଅଛୁନ୍ତ Gade chapit laଓଡିଆ ବାଇବେଲ1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ; Gade chapit laପବିତ୍ର ବାଇବଲ (CL) NT (BSI)1 ବର୍ତ୍ତମାନ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇଛୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଯୋଗୁଁ ଈଶ୍ୱରଙ୍କ ସହିତ ଆମର ପ୍ରତିଷ୍ଠା ହୋଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ; Gade chapit la |
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।
ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!