Biblia Todo Logo
Bib sou entènèt

- Piblisite -




ରୋମୀୟ 5:14 - ପବିତ୍ର ବାଇବଲ

14 କିନ୍ତୁ ଆଦମଙ୍କ ସମୟରୁ ମୋଶାଙ୍କ ସମୟ ସୁଦ୍ଧା, ପ୍ରତ୍ୟେକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ୱରଙ୍କର ଆଦେଶ ଅମାନ୍ୟ କରି ପାପ କରିଥିବା ହେତୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନ ଥିଲେ, ସେମାନଙ୍କୁ ମଧ୍ୟ ମରିବାକୁ ହେଲା। ଭବିଷ୍ୟତ‌‌ରେ ଯେଉଁ ଜଣଙ୍କର (ଖ୍ରୀଷ୍ଟଙ୍କର) ଆସିବା କଥା, କେତେକାଂଶରେ ସେ ଆଦମଙ୍କ ଭଳି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ଵ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।

Gade chapit la Kopi

ଓଡିଆ ବାଇବେଲ

14 ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଆଦମଙ୍କ ସମୟରୁ ମୋଶାଙ୍କ ସମୟ ପର୍ଯ୍ୟନ୍ତ କେହି ଆଦମଙ୍କ ପରି ଆଜ୍ଞା ଲଙ୍ଘନ କରି ପାପ କରି ନ ଥିଲେ ସୁଦ୍ଧା, ସମସ୍ତେ ମୃତ୍ୟୁର ଅଧୀନ ହେଲେ। ଯାହାଙ୍କର ଆଗମନ ହେବାର ଥିଲା, ଆଦମ ତାଙ୍କର ଏକ ପ୍ରତିରୂପ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।

Gade chapit la Kopi




ରୋମୀୟ 5:14
17 Referans Kwoze  

ଶାସ୍ତ୍ରରେ ଲେଖା ଅଛି: “ପ୍ରଥମ ମନୁଷ୍ୟ (ଆଦମ) ସଜୀବ ପ୍ରାଣୀ,” କିନ୍ତୁ ଶେଷ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।


ପ୍ରତ୍ୟେକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଗ୍ଭର ହୁଏ।


ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ୟୁ ସମସ୍ତଙ୍କ ଉପରେ ରାଜତ୍ୱ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ୱରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର ‘ଧାର୍ମିକ’ ହେବା ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ୟ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସେହି ଲୋକମାନେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାସନ କରିବେ।


ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି।


ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ୟୁକୁ ବ୍ୟବହାର କଲା। କିନ୍ତୁ ପରମେଶ୍ୱର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହାଦ୍ୱାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ରହିଲେ। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏହା ଅନନ୍ତ ଜୀବନ ଆଣିଲା।


ପରମେଶ୍ୱର ଯାହାକିଛି ସୃଷ୍ଟି କରିଥିଲେ ତାହା ଅସାର ହୋଇଗଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ୱର ଏହା କରିବା ପାଇଁ ସ୍ଥିର କରିଥିଲେ। କିନ୍ତୁ ଏହି ଭରଷା ଥିଲା:


ତୁମ୍ଭେ ଯଦି ସାମାନ୍ୟ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହେବି ନାହିଁ କି? ସେହି ନଗରୀରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସେହି ନଗରରେ 120,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୁଲ୍ କରୁଛନ୍ତି ବୋଲି ଜାଣି ନ ଥିଲେ।” କ’ଣ ଆମ୍ଭେ ତାଙ୍କ ପ୍ରତି ଦୟା ନ କରିବା।


କିନ୍ତୁ ଠିକ୍ ଆଦମ ପରି ସେମାନେ ଚୁକ୍ତି ଭଙ୍ଗ କଲେ। ସେମାନେ ନିଜ ଭୂମିରେ ଆମ୍ଭ ସହିତ ପ୍ରତାରଣା କଲେ।


ସେହି ନଗରଗୁଡ଼ିକୁ, ସମୁଦାୟ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧ୍ୟସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ୱଂସ ହୋଇଗଲା।


କୟିନ ତା'ର ଭାଇ ହେବଲକୁ କହିଲା, “ଗ୍ଭଲ କ୍ଷେତକୁ ଯିବା।” ତେଣୁ କୟିନ ଏବଂ ହେବଲ କ୍ଷେତକୁ ବାହାରି ଗଲେ। ଏହା ପରେ କୟିନ ହେବଲକୁ ଆକ୍ରମଣ କରି ହତ୍ୟା କଲା।


ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, “ଇସ୍ରାଏଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ୟା ସନ୍ତାନଗଣଙ୍କୁ ଜୀବିତ ରଖିପାର।”


ପରେ ଯୋଷେଫ ଓ ତାଙ୍କର ଭାଇମାନେ ତତ୍କାଳୀନ ସମସ୍ତ ଲୋକ ମଲେ।


ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ୱାରା ମୃତ୍ୟୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।


ଆଦମ ଯୋଗୁଁ ସମସ୍ତ ଲୋକ ମୃତ୍ୟୁ ଭୋଗ କରନ୍ତି, ସେହିଭଳି ଖ୍ରୀଷ୍ଟଙ୍କ ଯୋଗୁଁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହେବେ।


Swiv nou:

Piblisite


Piblisite