ରୋମୀୟ 5:17 - ପବିତ୍ର ବାଇବଲ17 ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ୟୁ ସମସ୍ତଙ୍କ ଉପରେ ରାଜତ୍ୱ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ୱରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର ‘ଧାର୍ମିକ’ ହେବା ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ୟ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସେହି ଲୋକମାନେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାସନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ଵାରା ମୃତ୍ୟୁ ରାଜତ୍ଵ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ଵ କରିବେ। Gade chapit laଓଡିଆ ବାଇବେଲ17 ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)17 ଅବଶ୍ୟ ଜଣେ ମନୁଷ୍ୟର ପାପ ହେତୁ, ମୃତ୍ୟୁର ଆଧିପତ୍ୟ ପ୍ରତିଷ୍ଠିତ ହେଲା; କିନ୍ତୁ ଅନ୍ୟ ଜଣେ ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ ଯାହା କରିଛନ୍ତି, ତାହା କେଡ଼େ ମହତ୍ତର! ଯେଉଁ ସମସ୍ତେ ଈଶ୍ୱରଙ୍କ ପ୍ରଚୁର ଅନୁଗ୍ରହରୁ ବିନା ମୂଲ୍ୟରେ ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହେବେ, ସେମାନେ ଖ୍ରୀଷ୍ଟଙ୍କ ସହିତ ବିଜୟୀ ଜୀବନ ଯାପନ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ। Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।