Biblia Todo Logo
Bib sou entènèt

- Piblisite -




ରୋମୀୟ 5:3 - ପବିତ୍ର ବାଇବଲ

3 ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ।।, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ସତ୍ଚରିତ୍ର,

Gade chapit la Kopi

ଓଡିଆ ବାଇବେଲ

3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସବୁ ପ୍ରକାର ଦୁଃଖ କ୍ଲେଶରେ ମଧ୍ୟ ଆମ୍ଭେମାନେ ଆନନ୍ଦ ଅନୁଭବ କରୁଛୁ, କାରଣ ବିଚଳିତ ନ ହୋଇ କ୍ଳେଶ ସହିବା ଦ୍ୱାରା ମନରେ ଧୈର୍ଯ୍ୟ ଆସେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,

Gade chapit la Kopi




ରୋମୀୟ 5:3
21 Referans Kwoze  

ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି।


କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା'ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। “ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସେମାନଙ୍କୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।”


ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍।


ଏହିସବୁ ଘଟଣା ଭିତରେ ତୁମ୍ଭେମାନେ ତୁମ୍ଭ ବିଶ୍ୱାସରେ ଦୃଢ଼ ରହିଲେ ନିଜକୁ ରକ୍ଷା କରି ପାରିବ।


ସେଥିପାଇଁ ମୁଁ କୁହେ ଯେ ତୁମ୍ଭମାନଙ୍କ ପାଇଁ ମୁଁ ଯାତନା ଭୋଗୁ ଥିବାରୁ ହତୋତ୍ସାହିତ ହୁଅ ନାହିଁ। ମୋର ଏହି ଯାତନାଗୁଡ଼ିକ ତୁମ୍ଭ ନିମନ୍ତେ ଗୌରବଜନକ ହେବ।


ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି।


ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କେବଳ ପରମେଶ୍ୱର ତୁମ୍ଭକୁ ସୁଯୋଗ ଦେଇଛନ୍ତିା ତାହା ଯଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ୟ ତୁମ୍ଭମାନଙ୍କୁ ସୁଯୋଗ ଦେଇଛନ୍ତି। ଏହି ଉଭୟ ବିଷୟ ଯୀଶୁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରେ।


କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।


ଆମ୍ଭେ ଯେ କେବଳ ରକ୍ଷା ପାଇବୁ ତା’ ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କଠାରେ ମଧ୍ୟ ଅତ୍ୟଧିକ ଆନନ୍ଦିତ ହେତୁ କେବଳ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ୱରଙ୍କ ମିତ୍ର ଅଟୁ।


କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।


କେବଳ ଏତିକି ନୁହେଁ। ଆମ୍ଭର ପୂର୍ବ ପୁରୁଷ ଇସ୍‌‌ହାକଙ୍କଠାରୁ ରିବିକା ଦୁଇଟି ସନ୍ତାନ ଲାଭ କରିଥିଲେ।


ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।


Swiv nou:

Piblisite


Piblisite