Biblia Todo Logo
Bib sou entènèt

- Piblisite -




ରୋମୀୟ 5:7 - ପବିତ୍ର ବାଇବଲ

7 ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ୟ, ଖୁବ୍ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ୟୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହୋଇ ଥାଏ, ତେବେ ତା’ ନିମନ୍ତେ କିଏ ଜଣେ ମୃତ୍ୟୁ ବରଣ କରିବା ପାଇଁ ସାହସ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ - ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରି ପାରେ-

Gade chapit la Kopi

ଓଡିଆ ବାଇବେଲ

7 ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରି ପାରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଧାର୍ମିକ ଲୋକ ପାଇଁ ଅନ୍ୟ ଜଣେ ନିଜର ପ୍ରାଣ ଦେବା ପ୍ରାୟ ଦେଖାଯାଏ ନାହିଁ। ହୁଏତ କୌଣସି ସଜ୍ଜନ ପାଇଁ କେହି ମରିବାକୁ ପ୍ରସ୍ତୁତ ହୋଇପାରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ।

Gade chapit la Kopi




ରୋମୀୟ 5:7
11 Referans Kwoze  

ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦେଇଛନ୍ତି। ଏଥିରୁ ପ୍ରକୃତ ପ୍ରେମ କ’ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ୟ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ୍।


ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ।


ନିଜ ବନ୍ଧୁମାନଙ୍କ ପାଇଁ ପ୍ରାଣଦାନ ଦେଇ ଜଣେ ବ୍ୟକ୍ତି ସର୍ବୋତ୍କୃଷ୍ଟ ପ୍ରେମ ଦେଖାଇ ପାରିବ।


ବର୍ଣ୍ଣ‌ବ୍‌‌ବା ଜଣେ ଉତ୍ତମ ବ୍ୟକ୍ତି ଥିଲେ। ସେ ପବିତ୍ରଆତ୍ମା ଓ ବିଶ୍ୱାସରେ ପୂର୍ଣ୍ଣ ଥିଲେ। ତେଣୁ ଅନେକ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ୟ ହେଲେ।


ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।


ପ୍ରହରୀ ଜଣକ କହିଲା, “ମୁଁ ଭାବୁଛି ପ୍ରଥମ ଲୋକଟି ସାଦୋକର ପୁତ୍ର ଅହୀମାସ୍।” ରାଜା କହିଲେ, “ଅହୀମାସ ଜଣେ ଉତ୍ତମ ଲୋକ। ସେ ନିଶ୍ଚିତ ଏକ ଭଲ ଖବର ନେଇ ଆସିଥିବ।”


ଲୋକମାନେ କହିଲେ, “ଆପଣ ଆମ୍ଭ ସହିତ ନିଶ୍ଚୟ ଯିବେ ନାହିଁ। କାରଣ ଆମ୍ଭେମାନେ ପଳାଇଲେ ଅବଶାଲୋମର ଲୋକମାନେ ଆମ୍ଭମାନଙ୍କ ପାଇଁ ଖାତିରି କରିବେ ନାହିଁ। ଆମ୍ଭମାନଙ୍କରୁ ଅର୍ଦ୍ଧେକ ମୃତ୍ୟୁବରଣ କଲେ ହେଁ, ସେମାନେ ଆମ୍ଭମାନଙ୍କ ପାଇଁ ଚିନ୍ତା କରିବେ ନାହିଁ। ମାତ୍ର ଆପଣ ଆମ୍ଭମାନଙ୍କର 10,000 ସହିତ ସମାନ। ତେଣୁ ଏହା ଉତ୍ତମ ଯେ, ଆପଣ ଏହି ନଗରରେ ସାହାଯ୍ୟ ପାଇଁ ରୁହନ୍ତୁ।”


କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’


ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।


କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ୟୁ ବରଣ କଲେ। ଏହା ଦ୍ୱାରା ପରମେଶ୍ୱର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ରେମ କରନ୍ତି।


Swiv nou:

Piblisite


Piblisite