Biblia Todo Logo
Bib sou entènèt

- Piblisite -




ରୋମୀୟ 6:1 - ପବିତ୍ର ବାଇବଲ

1 ତା'ହେଲେ ତୁମ୍ଭେମାନେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଗ୍ଭଲି ଥିବା ଯାହା ପାଇଁ ପରମେଶ୍ୱର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?

Gade chapit la Kopi

ଓଡିଆ ବାଇବେଲ

1 ତେବେ, ଆମ୍ଭେମାନେ କ'ଣ କରିବା ? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତାହାହେଲେ କଅଣ କହିବା? ଈଶ୍ୱରଙ୍କ ଅନୁଗ୍ରହ ଆହୁରି ପ୍ରଚୁର ହେବ ବୋଲି ଆମେ କଅଣ ପାପରେ ଜୀବନ ଯାପନ କରିବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?

Gade chapit la Kopi




ରୋମୀୟ 6:1
9 Referans Kwoze  

ପରମେଶ୍ୱର ଏହା ଗ୍ଭହାନ୍ତି। ସ୍ୱାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ୱାଧୀନତାର ଅପବ୍ୟବହାର କର ନାହିଁ। ପରମେଶ୍ୱରଙ୍କ ସେବାରେ ଜୀବନ କାଟ।


ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର।


ତା'ହେଲେ ଆମ୍ଭେ କ’ଣ କରିବା ଉଚିତ୍? ଆମ୍ଭେ ବ୍ୟବସ୍ଥାର ଅଧୀନ ନୋହୁଁ, କିନ୍ତୁ ଅନୁଗ୍ରହର ଅଧୀନ ବୋଲି କ’ଣ ପାପ କରି ଗ୍ଭଲିଥିବା? ଅବଶ୍ୟ ନୁହେଁ!


ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।


କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।


ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।


Swiv nou:

Piblisite


Piblisite