Biblia Todo Logo
Bib sou entènèt

- Piblisite -




ରୋମୀୟ 6:13 - ପବିତ୍ର ବାଇବଲ

13 ପାପର ସେବା କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗଗୁଡ଼ିକକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ୟବହାର କର ନାହିଁ। ତା’ ପରିବର୍ତ୍ତେ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗଗୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ୱରଙ୍କଠାରେ ସମର୍ପଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର।

Gade chapit la Kopi

ଓଡିଆ ବାଇବେଲ

13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭେମାନେ ନିଜକୁ କୌଣସି ପ୍ରକାରେ ପାପ ନିକଟରେ ସମର୍ପଣ କରି ଦୁଷ୍କର୍ମର ଅସ୍ତ୍ର ରୂପେ ବ୍ୟବହୃତ ହୁଅ ନାହିଁ। ବରଂ ମୃତ୍ୟୁରୁ ରକ୍ଷା ପାଇ ଜୀବନ ପ୍ରାପ୍ତ ହୋଇ ଥିବାରୁ ତୁମ୍ଭେମାନେ ସତ୍କାର୍ଯ୍ୟ ସାଧନ ପାଇଁ ନିଜ ନିଜକୁ ସମ୍ପୂର୍ଣ୍ଣଭାବେ ଈଶ୍ୱରଙ୍କଠାରେ ସମର୍ପଣ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।

Gade chapit la Kopi




ରୋମୀୟ 6:13
39 Referans Kwoze  

ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ।


ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ।


ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।


ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି।


ଅତୀତରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ୱାରା ବ୍ୟବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ୟାତ୍ମିକ ମୃତ୍ୟୁ ଘଟାଉ ଥିଲା।


ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛାରେ, ମନ୍ଦକାର୍ଯ୍ୟ କରି ଜୀବନଯାପନ କରିବ ନାହିଁ।


ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ।


କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ।


ଯଦି ଆମ୍ଭେ ନିଜ ନିଜର ପାପ ସ୍ୱୀକାର କରୁ ତେବେ ପରମେଶ୍ୱର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।


ତୁମ୍ଭେମାନେ କ’ଣ ଜାଣି ନାହଁ ଯେ, ତୁମ୍ଭମାନଙ୍କ ଶରୀରଗୁଡ଼ିକ ଖ୍ରୀଷ୍ଟଙ୍କର ଅଙ୍ଗବିଶେଷ? ତା'ହେଲେ ତୁମ୍ଭେମାନେ କ’ଣ ଭାବୁଛ ଯେ, ମୁଁ ଖ୍ରୀଷ୍ଟଙ୍କର ଅଙ୍ଗଗୁଡ଼ିକୁ ନେଇଯିବି, ଓ ସେଗୁଡ଼ିକୁ କୌଣସି ବେଶ୍ୟାର ଅଙ୍ଗ କରିଦେବି? କେବେ ନୁହେଁ।


ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।


ମୋର ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହେବି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମୋ’ ଶରୀରରେ ପ୍ରକାଶିତ କରିବି।


ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।


ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦେଇ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହୋଇଥିବା କାରଣରୁ ମୁଁ ଏହିଭଳି ବୁଝାଉଛି। ଅତୀତରେ ତୁମ୍ଭେମାନେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହେବାକୁ ଓ ମନ୍ଦ କର୍ମରେ ନିଯୁକ୍ତ କରିଥିଲ। ଫଳ ସ୍ୱରୂପ ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲ। ଠିକ୍ ସେହିଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତେବେ ତୁମ୍ଭେମାନେ କେବଳ ପରମେଶ୍ୱରଙ୍କ ପାଇଁ ବଞ୍ଚିବ।


ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାଯ୍ୟରେ ସଂଗ୍ରାମ କରୁ ସେଗୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ରରେ ପରମେଶ୍ୱରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତ୍ରୁର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରିପାରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାଯ୍ୟରେ ଆମ୍ଭେ ଲୋକଙ୍କ ସମସ୍ତ ଯୁକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ବିରୁଦ୍ଧରେ ଉଠୁଥିବା ପ୍ରତ୍ୟେକ ଗର୍ବର କଥା ଖଣ୍ଡନ କରୁ।


ସେହିଭଳି ତୁମ୍ଭେମାନେ ମଧ୍ୟ ପାପର ଶକ୍ତି ବିଷୟରେ ନିଜକୁ ମୃତ ବୋଲି ଭାବିବା ଉଚିତ୍। ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।


ଦୁଷ୍ଟାଗ୍ଭରୀ ତା'ର ମନ୍ଦକାର୍ଯ୍ୟ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ୟାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦେବେ। ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।


ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କ ପରି ଦାମ୍ଭିକ ହୁଅ ନାହିଁ। କିନ୍ତୁ ଇଚ୍ଛୁକ ହୃଦୟର ସହିତ ସଦାପ୍ରଭୁଙ୍କର ଆଜ୍ଞାକାରୀ ହୁଅ। ସେହି ପବିତ୍ର ସ୍ଥାନକୁ ଆସ। ସଦାପ୍ରଭୁ ତାଙ୍କ ପବିତ୍ର ସ୍ଥାନକୁ ଚିରଦିନ ନିମନ୍ତେ ପବିତ୍ର କରିଛନ୍ତି। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ତେବେ ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭମାନଙ୍କଠାରୁ ନିବୃତ୍ତ ହେବ।


ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ: “ହେ! ଶୋଇଥିବା ଲୋକ, ଜାଗି ଉଠ ମୃତ୍ୟୁରୁ ଉଠି ଆସ, ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”


ସେମାନେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କେବେ ଭାବି ନ ଥିଲୁ। ସେମାନେ ତାହାଙ୍କର ଅର୍ଥ ଦେବା ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠାରେ ଓ ଆମ୍ଭଠାରେ ସମର୍ପଣ କଲେ।


ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉ‌‌ତ୍‌‌ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।


କିନ୍ତୁ ମୋ’ ଶରୀରରେ ମୁଁ ଆଉ ଗୋଟିଏ ବ୍ୟବସ୍ଥା କାମ କରୁଥିବାର ଦେଖୁଛି। ସେମାନେ ଗ୍ରହଣ କରୁଥିବା ବ୍ୟବସ୍ଥା ସହିତ ମୋ’ ଶରୀରର ବ୍ୟବସ୍ଥା ସଂଘର୍ଷ କରୁଛି। ମୋ’ ଶରୀରରେ କାମ କରୁଥିବା ଏହି ବ୍ୟବସ୍ଥାଟି ପାପର ବ୍ୟବସ୍ଥା ଅଟେ, ଓ ସୋହି ବ୍ୟବସ୍ଥା ମୋତେ ବନ୍ଦୀ କରି ପକାଏ।


କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସୀ ହେବା ଓ ଭୋଜି କରିବା ଉଚିତ୍।’”


ତୁମ୍ଭେ କ’ଣ ଜାଣିଛ କି ତୁମ୍ଭମାନଙ୍କ ଭିତରେ ଝଗଡ଼ା ଓ ଯୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ଯୁକ୍ତିତର୍କ ସ୍ୱାର୍ଥପର ଇଚ୍ଛାରୁ ଆସେ ଓ ତୁମ୍ଭ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ?


ସେହି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ୱାର୍ଥ ଓ ଘୃଣାରେ ପରିପୂର୍ଣ୍ଣ ଥିଲେ। ସେମାନେ ହତ୍ୟା, ଝଗଡ଼ା, ମିଛ, ଚ୍ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚିନ୍ତାରେ ବୁଡ଼ି ରହନ୍ତି।


“ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ଯଦି କୌଣସି ବ୍ୟକ୍ତି ମୋର କହିବା କଥା ଶୁଣେ ଓ ମୋତେ ଯିଏ ପଠାଇଛନ୍ତି ତାହାଙ୍କଠାରେ ବିଶ୍ୱାସ କରେ, ତେବେ ସେ ବ୍ୟକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ ନାହିଁ। ସେ ମୃତ୍ୟୁକୁ ପାର ହୋଇ ଜୀବନ ଭିତରେ ପ୍ରବେଶ କରି ସାରିଛି।


ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ।


ତା'ପରେ ନବୂଖ‌ଦ୍‌ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।


ଆଉ ସମସ୍ତଙ୍କର ଜୀବନ ମୋର ଅଟେ। ପିତାର ପ୍ରାଣ ଯେପରି ପୁତ୍ରର ପ୍ରାଣ ମଧ୍ୟ ସେପରି। ଏବଂ ଯେଉଁ ବ୍ୟକ୍ତି ପାପ କରେ ସେ ମରିବ।


ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସେମାନଙ୍କର ଶବ୍ଦଗୁଡ଼ିକ ଦ୍ୱିଶାଣିତ ‌‌ଖ‌ଡ଼୍‌ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।


ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।


ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେମାନଙ୍କୁ ଘୃଣା କରନ୍ତି। ଯେଉଁମାନେ ଠକନ୍ତି, ଓଜନରେ କମ୍ ଦିଅନ୍ତି। ହଁ ସେ ଏହିପରି ଲୋକମାନଙ୍କୁ ଅତି ଘୃଣା କରନ୍ତି।


ଅତଏବ ଯେଉଁମାନେ ସତ୍ୟକୁ ବିଶ୍ୱାସ କରୁ ନାହାନ୍ତି, ସେମାନେ ଦୋଷୀ ବୋଲି ବିଗ୍ଭରିତ ହେବେ। ସେମାନେ ସତ୍ୟକୁ ମାନି ନାହାନ୍ତି ଓ ମନ୍ଦ କର୍ମ କରିବାରେ ଆନନ୍ଦ ପାଇଛନ୍ତି।


ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।


ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସ‌ତ୍‌‌ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।


Swiv nou:

Piblisite


Piblisite