Biblia Todo Logo
Bib sou entènèt

- Piblisite -




ରୋମୀୟ 6:5 - ପବିତ୍ର ବାଇବଲ

5 ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ ଓ ଆମ୍ଭେ ମଧ୍ୟ ମୃତ୍ୟୁ ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ। ଖ୍ରୀଷ୍ଟ ମୃତ୍ୟୁରୁ ଜୀବିତ ହେବା ଭଳି ଆମ୍ଭେ ମଧ୍ୟ ମୃତ୍ୟୁରୁ ଜୀବିତ ହୋଇ ତାହାଙ୍କ ସହିତ ସଂଯୁକ୍ତ ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।

Gade chapit la Kopi

ଓଡିଆ ବାଇବେଲ

5 କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯେହେତୁ ଆମ୍ଭେ ମୃତ୍ୟୁରେ ଅଂଶୀ ହୋଇ ତାଙ୍କ ସହିତ ଏକ ହୋଇଛୁ, ତାଙ୍କ ପୁନରୁତ୍ଥାନରେ ମଧ୍ୟ ତାଙ୍କ ସହିତ ଏକ ହୋଇଛୁ, ତାଙ୍କ ପୁନରୁତ୍ଥାନରେ ମଧ୍ୟ ତାଙ୍କ ସହିତ ଏକ ହୋଇ ପୁନର୍ଜୀବନ ପାଇବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।

Gade chapit la Kopi




ରୋମୀୟ 6:5
12 Referans Kwoze  

ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁ‌ତ୍‌‌ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।


ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ୟୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ୟ ଆମ୍ଭ ଭିତରେ ପ୍ରକାଶିତ ହେବ।


ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି।


ଯୀଶୁ କହିଲେ, “ଯେଉଁ ଗ୍ଭରା ମୋର ସ୍ୱର୍ଗୀୟ ପିତା ନିଜେ ଲଗେଇ ନାହାନ୍ତି, ସେଗୁଡ଼ିକୁ ସମୂଳେ ଉପାଡ଼ି ଦିଆଯିବ।


ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ?


ମୋର ପ୍ରିୟତମ କ୍ଷେତଟିକୁ ଖୋଳି ପଥର ପରିଷ୍କାର କଲେ। ସେଥିରେ ଅତି ଉତ୍ତମ ଦ୍ରାକ୍ଷାଲତା ରୋପଣ କଲେ। ସେ କ୍ଷେତର ମଧ୍ୟଭାଗରେ ଗୋଟିଏ ସୁନ୍ଦର ଏବଂ ଉଚ୍ଚଗୃହ ନିର୍ମାଣ କଲେ ଏବଂ ସେ ଦ୍ରାକ୍ଷାକୁଣ୍ଡ ତିଆରି କଲେ। ସେ ଭଲ ଅଙ୍ଗୁର ଧରିବା ପାଇଁ ଅପେକ୍ଷା କଲେ, କିନ୍ତୁ ଉତ୍ତମ ପରିବର୍ତ୍ତେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।


ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡାଳଗଛ ସ୍ୱରୂପ।


ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା'ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ।


Swiv nou:

Piblisite


Piblisite