Biblia Todo Logo
Bib sou entènèt

- Piblisite -




ରୋମୀୟ 6:9 - ପବିତ୍ର ବାଇବଲ

9 ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ଵ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଆମେ ଜାଣୁ, ଖ୍ରୀଷ୍ଟ ମୃତ୍ୟୁରୁ ପୁନରୁତ୍ଥିତ ହୋଇଥିବାରୁ, ସେ ଆଉ କେବେ ମୃତ୍ୟୁଭୋଗ କରିବେ ନାହିଁ। ତାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।

Gade chapit la Kopi




ରୋମୀୟ 6:9
11 Referans Kwoze  

ପାପ ତୁମ୍ଭମାନଙ୍କର ସ୍ୱାମୀ ହେବ ନାହିଁ। କାରଣ ତୁମ୍ଭେମାନେ ବ୍ୟବସ୍ଥାର ବନ୍ଧନରେ ନୁହଁ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କ ଅନୁଗ୍ରହରେ ଜୀବିତ ଅଛ।


ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।


ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।


କିନ୍ତୁ ଆଦମଙ୍କ ସମୟରୁ ମୋଶାଙ୍କ ସମୟ ସୁଦ୍ଧା, ପ୍ରତ୍ୟେକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ୱରଙ୍କର ଆଦେଶ ଅମାନ୍ୟ କରି ପାପ କରିଥିବା ହେତୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନ ଥିଲେ, ସେମାନଙ୍କୁ ମଧ୍ୟ ମରିବାକୁ ହେଲା। ଭବିଷ୍ୟତ‌‌ରେ ଯେଉଁ ଜଣଙ୍କର (ଖ୍ରୀଷ୍ଟଙ୍କର) ଆସିବା କଥା, କେତେକାଂଶରେ ସେ ଆଦମଙ୍କ ଭଳି।


ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।


ଅତଏବ ଆମ୍ଭେ ଯେତେବେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ଭିତରେ ସମାଧି ପ୍ରାପ୍ତ ହୋଇଗଲୁ ଓ ତାହାଙ୍କ ମୃତ୍ୟୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହେବା ଦ୍ୱାରା ଆମ୍ଭେ ପୁନରୁତ୍‌‌ଥିତ ହୋଇ ନୂତନ ଜୀବନଯାପନ କରିବା। ପରମପିତାଙ୍କର ଆଶ୍ଚର୍ଯ୍ୟ ଶକ୍ତି ଦ୍ୱାରା ଯେପରି ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେହିଭଳି ଏହା ଘଟିଲା।


ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ୟୁ କଲେ, ଏହା ସବୁ ଦିନ ପାଇଁ ଯଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନଯାପନ କରନ୍ତି ତାହା ପରମେଶ୍ୱରଙ୍କ ପାଇଁ କରନ୍ତି।


Swiv nou:

Piblisite


Piblisite