Biblia Todo Logo
Bib sou entènèt

- Piblisite -




ରୋମୀୟ 7:10 - ପବିତ୍ର ବାଇବଲ

10 ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମୋ’ ପାଇଁ ଆଜ୍ଞା ଆଣିଲା ମୃତ୍ୟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।

Gade chapit la Kopi

ଓଡିଆ ବାଇବେଲ

10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋ' ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଓ ମୁଁ ମୃତ ହେଲି; ଯେଉଁ ବ୍ୟବସ୍ଥଶ ଜୀବନ ଦାନ କରିବା ପାଇଁ ଉଦ୍ଦିଷ୍ଟ ଥିଲା, ତାହା ମୋ’ ମୃତ୍ୟୁର କାରଣ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।

Gade chapit la Kopi




ରୋମୀୟ 7:10
10 Referans Kwoze  

ମୃତ୍ୟୁଦାୟକ ସେବାର ବ୍ୟବସ୍ଥା ଶିଳା ଲେଖା ହୋଇ ଥିଲା। ଏହା ପରମେଶ୍ୱରଙ୍କ ମହିମାରେ ପୂର୍ଣ୍ଣ ଥିଲା। ତଦ୍ଦ୍ୱାରା ମୋଶାଙ୍କ ଚେହେରା ଏତେ ତେଜସ୍ୱୀ ହେଲା ଯେ, ଇସ୍ରାଏଲର ଲୋକେ ତାହାଙ୍କ ଚେହେରାକୁ ଦେଖି ମଧ୍ୟ ପାରିଲେ ନାହିଁ। ଏହି ତେଜ ପରେ ଲୋପ ପାଇଗଲା।


ବ୍ୟବସ୍ଥା ପାଳନ ଦ୍ୱାରା ଧାର୍ମିକ ହେବା ବିଷୟରେ ମୋଶା କହିଛନ୍ତି: “ଯେଉଁ ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ଜୀବନ ପାଇବା ପାଇଁ ଚେଷ୍ଟା କରେ, ସେ ନିଜର କାର୍ଯ୍ୟ ବ୍ୟବସ୍ଥା ଅନୁସାରେ କରିବା ଆବଶ୍ୟକ।”


ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭେମାନେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ।


କିନ୍ତୁ ବ୍ୟବସ୍ଥା ବିଶ୍ୱାସ ଉପରେ ଆଧାରିତ ନୁହେଁ, ପ୍ରତିବଦଳରେ ଶାସ୍ତ୍ର କୁହେ: “ଯେଉଁ ଲୋକ ବ୍ୟବସ୍ଥାର ବିଧିଗୁଡ଼ିକ ପାଳନ କରେ, ସେ ସେଗୁଡ଼ିକ ମାଧ୍ୟମରେ ବଞ୍ଚିବ।”


“‘କିନ୍ତୁ ଇସ୍ରାଏଲର ଲୋକମାନେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପାଳନ କଲେ ନାହିଁ କିମ୍ବା ମୋର ବ୍ୟବସ୍ଥା ପାଳନ କଲେ ନାହିଁ। କିନ୍ତୁ ଯଦି କେହି ମୋର ବିଧିସବୁ ଅନୁସରଣ କରେ ସେ ବଞ୍ଚିବ। ଏବଂ ଅଧିକନ୍ତୁ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ତେଣୁ ମୁଁ କହିଲି ଯେ, ମୋର କ୍ରୋଧ ସେମାନଙ୍କ ଉପରେ ଢାଳି ଦେବି ଏବଂ ପୁରାମାତ୍ରାରେ ମୋର କୋପ ସେମାନଙ୍କ ବିରୁଦ୍ଧରେ ପ୍ରକାଶ କରିବି।


ତା'ପରେ ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ବ୍ୟବସ୍ଥା ସକଳ ଜ୍ଞାତ କରାଇଲୁ। ଯେଉଁ ମଣିଷ ତାହା ପାଳନ କରିବ ସେ ବଞ୍ଚିବ।


“‘କିନ୍ତୁ ଇସ୍ରାଏଲର ପୁତ୍ରଗଣ ମରୁଭୂମିରେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପଥରେ ଗ୍ଭଲିଲେ ନାହିଁ ଓ ମୋର ବ୍ୟବସ୍ଥା ସକଳ ଅଗ୍ରାହ୍ୟ କଲେ। ଯାହାକୁ ଯଦି ଜଣେ ମନୁଷ୍ୟ ଅନୁସରଣ କରେ, ତେବେ ସେ ବଞ୍ଚିବ। ଏବଂ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ଏବଂ ସେଥିପାଇଁ ମୁଁ କହିଲି, ମରୁଭୂମିରେ ସେମାନଙ୍କ ବିରୁଦ୍ଧରେ ମୋର କ୍ରୋଧ ଢାଳି ଦେବି ଓ ସେମାନଙ୍କୁ ବିନାଶ କରିବି।


କାରଣ ବ୍ୟବସ୍ଥା ପାଳନ ନ କରିବା ଦ୍ୱାରା ବ୍ୟବସ୍ଥା ପରମେଶ୍ୱରଙ୍କର କ୍ରୋଧ ଆଣିଥାଏ। କିନ୍ତୁ ଯଦି ବ୍ୟବସ୍ଥା ନ ଥା’ନ୍ତା, ତା'ହେଲେ ଅବାଧ୍ୟ ହେବାର ପ୍ରଶ୍ନ ଉଠିବ ନାହିଁ।


ବ୍ୟବସ୍ଥା ଜାଣିବା ପୂର୍ବରୁ, ବ୍ୟବସ୍ଥା ବିନା ମୁଁ ଜୀବିତ ଥିଲି। କିନ୍ତୁ ଯେତେବେଳେ ବ୍ୟବସ୍ଥାର ଆଦେଶ ମୋ’ ପାଖକୁ ଆସିଲା, ସେତେବେଳେ ପାପ ଜୀବିତ ହେଲା ଓ ପାପ ହେତୁ ଆତ୍ମିକ ଭାବରେ ମୁଁ ମୃତ୍ୟୁ ବରଣ କଲି।


Swiv nou:

Piblisite


Piblisite