Biblia Todo Logo
Bib sou entènèt

- Piblisite -




ରୋମୀୟ 7:3 - ପବିତ୍ର ବାଇବଲ

3 କିନ୍ତୁ ଯେତେବେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ଅବସ୍ଥାରେ, ଆଉ ଜଣକୁ ବିବାହକରେ, ବ୍ୟବସ୍ଥା କୁହେ ଯେ, ସେ ବ୍ୟଭିଗ୍ଭର ଦୋଷରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ୱାମୀ ମରି ଯାଏ, ତାହାହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଏ। ଅତଏବ, ଯଦି ସେହି ସ୍ତ୍ରୀଲୋକ ସ୍ୱାମୀର ମୃତ୍ୟୁ ପରେ ଆଉ ଜଣକୁ ବିବାହକରେ, ସେ ବ୍ୟଭିଗ୍ଭର ଦୋଷରେ ଆଉ ଦୋଷୀ ହୁଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅତଏବ, ସ୍ଵାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ଵାମୀ ମରିଯାଏ, ତେବେ ସ୍ତ୍ରୀ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଅତଏବ, ସ୍ୱାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ୱାମୀ ମରିଯାଏ, ତେବେ ସ୍ତ୍ରୀ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସ୍ୱାମୀ ଜୀବିତ ଥିବାବେଳେ; ସ୍ତ୍ରୀ ଯଦି ଅନ୍ୟ ପୁରୁଷ ଗ୍ରହଣ କରେ, ତାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ସ୍ୱାମୀର ମୃତ୍ୟୁ ପରେ ସେ ଆଉ ଜଣକୁ ବିବାହ କଲେ, ତାହା ବ୍ୟଭିଚାର ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅତଏବ, ସ୍ୱାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାହାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ୱାମୀ ମରିଯାଏ, ତେବେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ।

Gade chapit la Kopi




ରୋମୀୟ 7:3
12 Referans Kwoze  

“ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କେହି ନିଜର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତାହାକୁ ବ୍ୟଭିଗ୍ଭର ଦୋଷରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ୟକ୍ତି ସହିତ ଯୌନ ସମ୍ପର୍କ ରଖିଥାଏ, ତେବେ କେବଳ ସେ ତାହାକୁ ଛାଡ଼ପତ୍ର ଦେଇ ପାରିବ। ଯଦି କୌଣସି ଲୋକ ଛାଡ଼ପତ୍ର ପାଇଥିବା ସେହି ପତ୍ନୀକୁ ବିବାହ କରେ, ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।


“ଯଦି କୌଣସି ପୁରୁଷ ତା'ର ପ୍ରତିବାସୀର ଭାର୍ଯ୍ୟା ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ୟଭିଗ୍ଭର ପାଇଁ ଅପରାଧୀ ଓ ଉଭୟେ ମୃତ୍ୟୁବରଣ କରିବା ଉଚିତ୍।


ଏହା ପରେ ଋତ ତାଙ୍କୁ କହିଲେ, “ତୁମ୍ଭେ ମୋ’ ଉପରେ ବହୁତ ଦୟା ଦେଖାଇ ଅଛ। ମହାଶୟ, ମୁଁ ଆପଣଙ୍କର ଦାସୀ। ଏପରିକି ମୁଁ ଆପଣଙ୍କର ଏକ ଦାସୀ ସହିତ ସମାନ ନୁହେଁ, ତଥାପି ଆପଣ ମୋ’ ପ୍ରତି ବହୁତ ଦୟା ଓ କରୁଣା ଦେଖାଇଛନ୍ତି ଏବଂ ଆପଣ ଦୟାର କଥା ମୋତେ କହିଛନ୍ତି।”


ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ସମୟ ପର୍ଯ୍ୟନ୍ତ ତା’ ସହିତ ଆବଦ୍ଧ ହୋଇ ରହିଥାଏ। କିନ୍ତୁ ଯେତେବେଳେ ତାହାର ସ୍ୱାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହୋଇ ଯାଏ।


ଠିକ୍ ସେହିଭଳି, ମୋ’ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ୟକ୍ତିତ୍ୱ ମରିଯାଇଛି ଓ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର ମାଧ୍ୟମରେ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଇଛ। ଏବେ ତୁମ୍ଭେମାନେ ଅନ୍ୟ ଜଣକର ଅଟ। ତୁମ୍ଭେମାନେ ମୃତ୍ୟୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ସେବାରେ ନିୟୋଜିତ ହୋଇ ପାରିବା।


Swiv nou:

Piblisite


Piblisite