Biblia Todo Logo
Bib sou entènèt

- Piblisite -




ରୋମୀୟ 8:11 - ପବିତ୍ର ବାଇବଲ

11 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ଵାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯଦି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ଆତ୍ମା ତୁମଠାରେ ବିଦ୍ୟମାନ, ତେବେ ସେହି ଆତ୍ମାଙ୍କ ସାହାଯ୍ୟରେ ଈଶ୍ୱର ତୁମ ମର ଶରୀରକୁ ମଧ୍ୟ ଜୀବନ୍ତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।

Gade chapit la Kopi




ରୋମୀୟ 8:11
37 Referans Kwoze  

କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ପୁନରୁ‌ତ୍‌‌ଥିତ କଲେ, ସେ ଆମ୍ଭକୁ ମଧ୍ୟ ଯୀଶୁଙ୍କ ସହ ପୁନରୁ‌ତ୍‌‌ଥିତ କରିବେ।


ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହେତୁ ଆମ୍ଭେ ସର୍ବଦା ମୃତ୍ୟୁ ସଙ୍କଟର ସମ୍ମୁଖୀନ ହେଉଛୁ। ଯଦ୍ଦ୍ୱାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧ୍ୟରେ ସ୍ପଷ୍ଟ ଭାବରେ ଦେଖି ପାରିବା।


କିନ୍ତୁ ତୁମ୍ଭେମାନେ ନିଜର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ନୁହଁ। ଯଦି ପ୍ରକୃତରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭେମାନେ ଆତ୍ମା ଦ୍ୱାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା'ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।


ପରମେଶ୍ୱର କେବଳ ପ୍ରଭୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ କରି ନାହାନ୍ତି, ବରଂ ନିଜର ଶକ୍ତି ଦ୍ୱାରା ସେ ଆମ୍ଭମାନଙ୍କୁ ମଧ୍ୟ ମୃତ୍ୟୁରୁ ପୁନରୁ‌ତ୍‌ଥିତ କରିବେ।


ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି।


ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।


ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।


କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।


ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।


ଆଉ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ପ୍ରବେଶ କରାଇବି। ତହିଁରେ ତୁମ୍ଭେମାନେ ଜୀବିତ ହେବ। ପୁଣି ମୁଁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ନିଜ ଦେଶରେ ବସାଇବି। ତାହାହେଲେ ମୁଁ ସଦାପ୍ରଭୁ ଏହା କହିଅଛି ଓ ସଫଳ କରିଅଛି ବୋଲି ତୁମ୍ଭେମାନେ ଜାଣିବ।’” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ୱରଙ୍କଠାରୁ ଜୀବନୀ ଶକ୍ତି ସେହି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତାଙ୍କ ଭିତରେ ପ୍ରବେଶ କଲା। ସେମାନେ ସେମାନଙ୍କର ପାଦରେ ଉଠି ଠିଆ ହେଲେ। ସେମାନଙ୍କୁ ଦେଖିବା ଲୋକମାନେ ବହୁତ ଭୟ କଲେ।


ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସେହି ମୂଲ୍ୟ ତୁମ୍ଭର ପାପ ପାଇଁ ମୂଲ୍ୟ ଦେଲା। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ୟୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମାରେ ସେ ପୁନର୍ଜୀବିତ ହେଲେ,


ସେହି ସାହାଯ୍ୟକାରୀ ଜଣକ ସତ୍ୟମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେହେତୁ ଜଗତ ତାହାଙ୍କୁ ଦେଖୁ ନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟରେ ବାସ କରିବେ।


ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।


ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି।


ଯଦି ମୃତମାନେ ଉ‌ତ୍‌‌ଥିତ ହୁଅନ୍ତି ନାହିଁ, ତା'ହେଲେ ଯୀଶୁ ଖ୍ରୀଷ୍ଟ ମଧ୍ୟ ଉ‌ତ୍‌‌ଥିତ ହୋଇ ନାହାନ୍ତି।


ମାତ୍ର ସଦାପ୍ରଭୁ କୁହନ୍ତି: “ତୁମ୍ଭର ମୃତମାନେ ଜୀବିତ ହେବେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ। ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର, କାରଣ ତୁମ୍ଭେମାନେ ପ୍ରଭାତରେ ତୃଣ ଉପର ଶିଶିର ତୁଲ୍ୟ ଭୂମି ମୃତମାନଙ୍କୁ ଜନ୍ମ ଦେବ।”


କିନ୍ତୁ ପାପ ଯେପରି ତୁମ୍ଭମାନଙ୍କର ଶରୀରକୁ ରାଜତ୍ୱ ନ କରୁ। ତୁମ୍ଭମାନଙ୍କର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ତୁମ୍ଭେମାନେ ଯେପରି ଶାସିତ ନ ହୁଅ।


ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!


ଏହି ଶରୀରରୂପ ତମ୍ବୁରେ ରହିଲା ବେଳେ ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ଅଭିଯୋଗ କରୁ। ମୋର କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦେବା ପାଇଁ ଗ୍ଭହୁଁ। କିନ୍ତୁ ଆମ୍ଭେ ସ୍ୱର୍ଗୀୟ ଘର ଦ୍ୱାରା ଆଚ୍ଛାଦିତ ହେବାକୁ ଇଚ୍ଛା କରୁ। ତା'ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ୱାରା ଘୋଡ଼ାଇ ହୋଇ ପାରିବ।


ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ।


ସୁତରାଂ, ମୋ’ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ୍ଣ ଶରୀର ଦ୍ୱାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀରର ଇଚ୍ଛା ଅଧୀନରେ ନୋହୁଁ।


ପ୍ରୀସ୍କା ଓ ଆକ୍ୱିଲାଙ୍କୁ ମୋର ନମସ୍କାର। ସେମାନେ ଖ୍ରୀଷ୍ଟ ଯୀଶୁଙ୍କ କାମରେ ମୋର ସହକର୍ମୀ ଅଟନ୍ତି।


ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା ଓ ମୋ'ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ।


ଖ୍ରୀଷ୍ଟଙ୍କ ସେବା ବିଷୟରେ ଆମ୍ଭର ସହକର୍ମୀ ଉର୍ବାଣ ଓ ମୋର ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମୋର ନମସ୍କାର।


ଆପେଲ୍ଲାଙ୍କୁ ମୋର ନମସ୍କାର, ଯିଏ ଖ୍ରୀଷ୍ଟଙ୍କ ସେବାରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମୋର ନମସ୍କାର।


ଯେଉଁ ଲୋକ ନିଜର ପାପମୟ ସ୍ୱଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ୟ କାଟିବ।


Swiv nou:

Piblisite


Piblisite