Biblia Todo Logo
Bib sou entènèt

- Piblisite -




ରୋମୀୟ 8:20 - ପବିତ୍ର ବାଇବଲ

20 ପରମେଶ୍ୱର ଯାହାକିଛି ସୃଷ୍ଟି କରିଥିଲେ ତାହା ଅସାର ହୋଇଗଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ୱର ଏହା କରିବା ପାଇଁ ସ୍ଥିର କରିଥିଲେ। କିନ୍ତୁ ଏହି ଭରଷା ଥିଲା:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାʼର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;

Gade chapit la Kopi

ଓଡିଆ ବାଇବେଲ

20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତା'ର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କାରଣ ସୃଷ୍ଟି ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହୋଇ ତା’ର ଲକ୍ଷ୍ୟରୁ ବିଚ୍ୟୁତ ହୋଇଛି। କିନ୍ତୁ ତଥାପି ତା’ର ଆଶା ରହିଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;

Gade chapit la Kopi




ରୋମୀୟ 8:20
14 Referans Kwoze  

ଲେମକ ତା'ର ନାମ ରଖିଲା ନୋହ। ସେ କହିଲା, “ପରମେଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ୱନା ଦେବ।”


ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି।


କେତେକାଳ ଦେଶ ଶୁଷ୍କ ରହିବ ଓ ସମୁଦାୟ ଦେଶରେ ତୃଣ ଶୁଷ୍କ ରହିବ? ଦେଶର ଲୋକମାନଙ୍କର ଦୁଷ୍ଟତା ଯୋଗୁଁ ପଶୁ ଓ ପକ୍ଷୀସବୁ କ୍ଷୟ ପାଇଛନ୍ତି। କାରଣ ଲୋକମାନେ କହିଲେ, “ଯିରିମିୟ ଦୀର୍ଘଦିନ ବଞ୍ଚି ଆମ୍ଭମାନଙ୍କର ଶେଷାବସ୍ଥା ଦେଖିବ ନାହିଁ।”


ତେଣୁ ଦେଶଟି ବ୍ୟକ୍ତି ପରି ମୃତ୍ୟୁରେ କାନ୍ଦେ ଓ ତା'ର ଲୋକମାନେ ଦୁର୍ବଳ ହୋଇପଡ଼ନ୍ତି। ଏପରିକି ସ୍ଥଳଭାଗର ପ୍ରାଣୀ, ଆକାଶର ପକ୍ଷୀ ଓ ସାମୁଦ୍ରିକ ମତ୍ସ୍ୟ ମୃତ୍ୟୁବରଣ କରନ୍ତି।


ସମସ୍ତ ମୂଲ୍ୟହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ୟହୀନ, ସମସ୍ତ ମୂଲ୍ୟହୀନ ଅଟେ।


ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।


ପଶୁଗଣ କ୍ଷୁଧାରେ ବିଳାପ କରୁଛନ୍ତି। ଗୋରୁପଲ ଏଣେତେଣେ ବିଚରଣ କରୁଛନ୍ତି, ଘାସ ନ ପାଇ ବ୍ୟାକୁଳ ହେଉଛନ୍ତି। ମେଷପଲ ମଧ୍ୟ ଯନ୍ତ୍ରଣା ଭୋଗ କରୁଛନ୍ତି।


ସେମାନେ ତାହାକୁ ଧ୍ୱଂସିତ, ଶୁଷ୍କ ଓ ମୃତ ଭୂମିରେ ପରିଣତ କରିଅଛନ୍ତି। ତାହା ଏକ ଜନଶୂନ୍ୟ ପ୍ରାନ୍ତର ହୋଇଅଛି। କେହି ଜଣେ ହେଲେ ତା'ର ଯତ୍ନ ନେବାକୁ ରହି ନାହାନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ। ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ। ସେଲା


ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା'ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ।


Swiv nou:

Piblisite


Piblisite