ରୋମୀୟ 8:30 - ପବିତ୍ର ବାଇବଲ30 ପରମେଶ୍ୱରଙ୍କ ଯୋଜନା ସେମାନଙ୍କ ପାଇଁ ହେଲା ଯେ ସେମାନେ ତାହାଙ୍କର ପୁତ୍ର ଭଳି ହେବେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ୱର ସେମାନଙ୍କୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ୱର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସେହି ଲୋକମାନଙ୍କୁ ମହିମାନ୍ୱିତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ଵାନ କଲେ, ପୁଣି ଯେଉଁମାନଙ୍କୁ ସେ ଆହ୍ଵାନ କଲେ, ସେମାନଙ୍କୁ ସେମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ଵିତ କଲେ। Gade chapit laଓଡିଆ ବାଇବେଲ30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ । Gade chapit laପବିତ୍ର ବାଇବଲ (CL) NT (BSI)30 ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ। Gade chapit la |
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।