Biblia Todo Logo
Bib sou entènèt

- Piblisite -




ରୋମୀୟ 8:36 - ପବିତ୍ର ବାଇବଲ

36 ଶାସ୍ତ୍ରରେ ଏହିପରି ଲେଖା ଅଛି: “ତୁମ୍ଭ ପାଇଁ (ଖ୍ରୀଷ୍ଟ) ଚିରଦିନ ଆମ୍ଭେ ନିହିତ ହେଉଅଛୁ। ଲୋକ ଭାବୁଛନ୍ତି, ଆମ୍ଭର ମୂଲ୍ୟ ବଳି ହେବାକୁ ଥିବା ମେଣ୍ଢାମାନଙ୍କଠାରୁ ଅଧିକ କିଛି ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”

Gade chapit la Kopi

ଓଡିଆ ବାଇବେଲ

36 ଯେପରି ଲେଖା ଅଛି, "ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ ।''

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଶାସ୍ତ୍ରରେ ଲେଖାଅଛି: “ତୁମ ସକାଶେ ଆମ୍ଭେମାନେ ସର୍ବଦା ମୃତ୍ୟୁର ସମ୍ମୁଖୀନ, ବଧ ହେବାକୁ ଯାଉଥିବା ମେଷତୁଲ୍ୟ ଆମ୍ଭେମାନେ ବିବେଚିତ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”

Gade chapit la Kopi




ରୋମୀୟ 8:36
18 Referans Kwoze  

ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ। ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।


ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହୋଇ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମେଷ ଶାବକ ତୁଲ୍ୟ ଓ ଲୋମ ଛେଦନକାରୀଙ୍କ ସମ୍ମୁଖରେ ନିରୀହ ମେଷ ତୁଲ୍ୟ ସେ ନିଜର ମୁଖ ଫିଟାଇଲେ ନାହିଁ।


ଆମ୍ଭେ ପ୍ରତି ମୁହୂର୍ତ୍ତରେ କ’ଣ ପାଇଁ ବିପଦର ସମ୍ମୁଖୀନ ହେଉ?


କିନ୍ତୁ ମୋର ମନେ ହୁଏ ଯେ, ପରମେଶ୍ୱର ଆମ୍ଭ ପ୍ରେରିତମାନଙ୍କୁ ସର୍ବଶେଷରେ ରଖିଅଛନ୍ତି। ଆମ୍ଭେମାନେ ଯେପରି ମୃତ୍ୟୁଦଣ୍ଡରେ ଦଣ୍ଡିତ କରା ହୋଇଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ୱର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖରେ ଆମ୍ଭେମାନେ ଯେପରି ଏକ ନାଟକ କରୁଛୁ।


ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା: “ତାହାଙ୍କୁ ଗୋଟିଏ ମେଣ୍ଢାପରି ବଧ ହେବା ପାଇଁ ବଧସ୍ଥାନକୁ ନିଆଗଲା। ଗୋଟିଏ ମେଣ୍ଢା ଛୁଆ ଯେପରି ଲୋମ ଛେଦକ ସାମନାରେ ଚୁ‌ପ୍‌ହୋଇ ଠିଆ ହୁଏ, ସେହିପରି ସେ ଚୁପ୍ ହୋଇ ଠିଆ ହେଲେ।


ସଦାପ୍ରଭୁ, ସେମାନେ ମୋ’ ବିପକ୍ଷରେ ଅଛନ୍ତି ବୋଲି ଦେଖାଇବା ପୂର୍ବରୁ ମୁଁ ଏକ ନିରୀହ ମେଷଶାବକ ପରି ହତ୍ୟା ପାଇଁ ରହିଥିଲି। ସେମାନେ ମୋ’ ବିରୁଦ୍ଧରେ ଅଛନ୍ତି ବୋଲି ମୁଁ ଜାଣି ନ ଥିଲି। ସେମାନେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରି କହିଲେ, “ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।”


କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ୱରଙ୍କ ଅନୁଗ୍ରହଜନକ ସୁସମାଗ୍ଭର ଘୋଷଣା କରିବାର ଯେଉଁ କାର୍ଯ୍ୟ ଓ ସେବା ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେଷ୍ଟା କରୁଛି। ଏଥିପାଇଁ ମୋ’ ନିଜର ଜୀବନକୁ ନିତାନ୍ତ ମୂଲ୍ୟହୀନ ମଣୁଅଛି।


ତୁମ୍ଭମାନଙ୍କୁ ଲୋକମାନେ ସେମାନଙ୍କର ସମାଜଗୃହଗୁଡ଼ିକରୁ ବାହାର କରିଦେବେ। ହଁ, ଏପରି ସମୟ ଆସୁଛି ଯେତେବେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ୱାରା ସେମାନେ ପରମେଶ୍ୱରଙ୍କ ସେବା କରୁଛନ୍ତି।


“ବାବିଲକୁ ଆମ୍ଭେ ବଧ ଯୋଗ୍ୟ ମେଷ ଓ ଛାଗ ସଦୃଶ ବଧ୍ୟ ସ୍ଥାନକୁ ଆଗେଇ ନେବା।


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ। ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ। ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ।


ଗ୍ଭଷୀମାନେ ଭୂମିରେ ହଳ କରିଥିବା ପଥରପରି, ଠିକ୍ ସେହିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିଯିବ।


ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ। ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।


ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମରେ।


ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିଯିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ୟୁରୁ ଉ‌‌ତ୍‌‌ଥିତ କରନ୍ତି ସେହି ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖିବା ଉଚିତ୍।


ଆମ୍ଭେ ଜନପ୍ରିୟ ହୋଇ ଥିଲେ ମଧ୍ୟ କେତେକଙ୍କ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ୟ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।


ସେମାନେ କ’ଣ କେବଳ ଇସ୍ରାଏଲୀୟ? ମୁଁ ମଧ୍ୟ। ସେମାନେ କ’ଣ କେବଳ ଅବ୍ରହାମଙ୍କ ବଂଶଧାର? ମୁଁ ମଧ୍ୟ। ସେମାନେ କ’ଣ କେବଳ ଖ୍ରୀଷ୍ଟଙ୍କ ସେବକ? ମୁଁ ମଧ୍ୟ। ମୁଁ କ’ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସେମାନଙ୍କ ତୁଳନାରେ ମୁଁ ଅଧିକ କଠୋର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମୋତେ ଥରକୁ ଥର ମାଡ଼ ମରାଯାଇଛି। ଅନେକ ଥର ମୁଁ ମୃତ୍ୟୁର ସନ୍ନିକଟ ହୋଇଛି।


ମୁଁ ଖ୍ରୀଷ୍ଟଙ୍କୁ ଜାଣିବାକୁ ଓ ମୃତ୍ୟୁରୁ ସେ ପୁନର୍ଜୀବିତ ହୋଇ ଉଠିଥିବା ଶକ୍ତିକୁ ମଧ୍ୟ ଜାଣିବାକୁ ଇଚ୍ଛା କରେ। ମୁଁ ତାହାଙ୍କ ଦୁଃଖ ଭୋଗରେ ଅଂଶୀ ହେବାକୁ ଓ ତାହାଙ୍କ ମୃତ୍ୟୁ ଭୋଗରେ ତାହାଙ୍କ ପରି ହେବାକୁ ଗ୍ଭହେଁ।


Swiv nou:

Piblisite


Piblisite