Biblia Todo Logo
Bib sou entènèt

- Piblisite -




ରୋମୀୟ 8:4 - ପବିତ୍ର ବାଇବଲ

4 ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।

Gade chapit la Kopi

ଓଡିଆ ବାଇବେଲ

4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ମୋଶାଙ୍କ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତେଣୁ ବର୍ତ୍ତମାନ ଆମେ ମାନବ ପ୍ରକୃତିର ବଶବର୍ତ୍ତୀ ନ ହୋଇ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ଏବଂ ଏହା ଦ୍ୱାରା ଆମ୍ଭେମାନେ ବ୍ୟବସ୍ଥାର ଯଥାର୍ଥ ଦାବୀ ପୂରଣ କରିଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।

Gade chapit la Kopi




ରୋମୀୟ 8:4
13 Referans Kwoze  

ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ।


କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ମିତ୍ର କରି ଦେଇଛନ୍ତି। ତାଙ୍କ ମାଂସମୟ ଶରୀରରେ, ନିଜ ମୃତ୍ୟୁ ଦ୍ୱାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ।


ପରମେଶ୍ୱର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖକୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦେଇ ପାରିବେ।


ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରଥମଜାତ ସନ୍ତାନମାନଙ୍କ ମିଳନ ସ୍ଥଳରେ ଆସି ପହଞ୍ଚିଛି। ସେମାନଙ୍କ ନାମ ସ୍ୱର୍ଗରେ ଲେଖା ରହିଛି। ସବୁଲୋକଙ୍କର ବିଗ୍ଭରପତି ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହୋଇ ସାରିଛନ୍ତି, ସେହିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭେମାନେ ଆସିଛ।


ସେମାନେ କେବେ ମିଥ୍ୟା କହନ୍ତି ନାହିଁ। ସେମାନେ ସର୍ବଦା ନିର୍ଦ୍ଦୋଷ।


ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ୱରଙ୍କର ସନ୍ତାନ, କିନ୍ତୁ ଭବିଷ୍ୟତରେ ଆମ୍ଭେ କ’ଣ ହେବା ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହୋଇଯିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସେହି ରୂପରେ ଦେଖିବା।


ଅଣଯିହୂଦୀମାନେ ସୁନ୍ନତ ହୁଅନ୍ତି ନାହିଁ। କିନ୍ତୁ ସେମାନେ ଯଦି ବ୍ୟବସ୍ଥା କହିବା ଭଳି ଆଚରଣ କରନ୍ତି, ତା'ହେଲେ ସେମାନେ ସୁନ୍ନତ ହେବା ଭଳି ହେଲେ।


ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା।


ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।


ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତେବେଳେ ସେଭଳି ସାହସିକତା ଦେଖାଇବାକୁ ମୋ’ ଉପରେ ଗ୍ଭପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସେମାନଙ୍କ ପ୍ରତି ସାହସୀ ହେବି।


ଆମ୍ଭେ ମଧ୍ୟ ଜଗତରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ।


Swiv nou:

Piblisite


Piblisite