Biblia Todo Logo
Bib sou entènèt

- Piblisite -




ରୋମୀୟ 9:30 - ପବିତ୍ର ବାଇବଲ

30 ତା'ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ବିଜାତିମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ଵାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

30 ତେବେ, ଆମ୍ଭେମାନେ କ'ଣ କହିବା ? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ତେଣୁ ଅଣଇହୁଦୀମାନଙ୍କ ବିଷୟରେ ଏହା କହିପାରିବା, ସେମାନେ ଧାର୍ମିକ ହେବାକୁ ଚେଷ୍ଟା କରୁ ନ ଥିଲେ, କିନ୍ତୁ ସେମାନଙ୍କ ବିଶ୍ୱାସ ଯୋଗୁଁ ଧାର୍ମିକ ବିବେଚିତ ହୋଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।

Gade chapit la Kopi




ରୋମୀୟ 9:30
28 Referans Kwoze  

ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।


କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।


ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।


ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।


ମନେରଖ, ତୁମ୍ଭେମାନେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭେମାନେ ଇସ୍ରାଏଲର ନାଗରିକ ନ ଥିଲ। ତେଣୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ଯୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହୋଇ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ।


ମୁଁ ଏହା କହେ କାରଣ ଆମେ ଆଶା କରୁ ଯେ, ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବୁ।


ଏହା ପରେ ଯିଶାଇୟ ନିର୍ଭୟ ହୋଇ କହନ୍ତି: “ଯେଉଁ ଲୋକମାନେ ମୋତେ ଖୋଜୁ ନ ଥିଲେ ସେମାନେ ପାଇଲେ। ଯେଉଁମାନେ ଖୋଜି ନାହାନ୍ତି ସେମାନଙ୍କ ପାଇଁ ମୁଁ ନିଜକୁ ପ୍ରକାଶ କଲି।”


କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ହେବା ବିଷୟରେ ଶାସ୍ତ୍ର ଏହିପରି କୁହେ: “ନିଜେ ନିଜକୁ ପଗ୍ଭର ନାହିଁ ଯେ ‘ସ୍ୱର୍ଗକୁ କିଏ ଯିବ?’” (ଅର୍ଥାତ୍ “କିଏ ସ୍ୱର୍ଗରୁ ଖ୍ରୀଷ୍ଟଙ୍କୁ ପୃଥିବୀକୁ ଆଣିବ?”)


ତା'ହେଲେ ଏ ବିଷୟରେ ଆମ୍ଭେ କ’ଣ କହିବା? କ’ଣ ପରମେଶ୍ୱର ଅନ୍ୟାୟୀ?


“ହେ ଧର୍ମାଗ୍ଭରୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ। ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଚ୍ଛେଦରୁ ଖୋଳା ହୋଇଥିଲ, ତାହା ପ୍ରତି ଦୃଷ୍ଟିପାତ କର।


ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।


କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।


ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା'ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ।


ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।”


ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।


ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ।


ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ।


ସେଥିପାଇଁ ପରମେଶ୍ୱର, “ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ। ସେ ବିଶ୍ୱାସ ଅବ୍ରହାମଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।”


ଅବ୍ରହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସେମାନେ ସଂସାରର ଉତ୍ତରାଧିକାରୀ ହେବେ। କିନ୍ତୁ ଅବ୍ରହାମ ଏହି ପ୍ରତିଶ୍ରୁତି ବ୍ୟବସ୍ଥା ପାଳନ କରିଥିବାରୁ ମିଳି ନ ଥିଲା। ବିଶ୍ୱାସ ଦ୍ୱାରା ସେ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।


ତେବେ ଏହି ଖୁସୀ କ’ଣ କେବଳ ସୁନ୍ନତ ହୋଇଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହୋଇ ନାହାନ୍ତି ସେମାନଙ୍କ ପାଇଁ ମଧ୍ୟ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ ଓ ସେହି ବିଶ୍ୱାସ ଅବ୍ରହାମଙ୍କୁ ତାଙ୍କ ପ୍ରତି ଧାର୍ମିକ କଲା।


ଆମ୍ଭେ ଯେତେବେଳେ ଭୁଲ୍ କରୁ, ସେଥିରୁ ସ୍ପଷ୍ଟ ଭାବରେ ଜଣା ପଡ଼େ ଯେ ପରମେଶ୍ୱର ହେଉଛନ୍ତି ଠିକ୍। ସେଥିପାଇଁ ପରମେଶ୍ୱର ଯେତେବେଳେ ଆମ୍ଭକୁ ଦଣ୍ଡ ଦିଅନ୍ତି, କ’ଣ ଆମ୍ଭେ କହି ପାରିବା ଯେ, ସେ ଅନ୍ୟାୟୀ? ମୁଁ କେତେକ ଲୋକଙ୍କ ଭାବିବାର ଢଙ୍ଗ ବିଷୟରେ କହୁଛି।


ଯେଉଁ ଲୋକ ଧାର୍ମିକତା ଓ ଦୟାର ପଶ୍ଚା‌‌‌ତ୍‌‌‌ଗାମୀ, ସେ ଜୀବନ, ଧାର୍ମିକତା ଓ ସମ୍ମାନ ପାଏ।


ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ରେମ କରନ୍ତି।


Swiv nou:

Piblisite


Piblisite