Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:13 - ପବିତ୍ର ବାଇବଲ

13 ଆଜି ରାତି ଏହିଠାରେ ରୁହ। ଆସନ୍ତା କାଲି ସକାଳେ ମୁଁ ଦେଖିବି ଯେ, ସେ ତୁମ୍ଭକୁ ବିବାହ କରିବାକୁ ଇଚ୍ଛା କରୁଛି କି ନା, ଯଦି ସେ ରାଜି ହୁଅନ୍ତି ତେବେ ଉତ୍ତମ କଥା। ଯେବେ ସେ ବିବାହ କରିବାକୁ ମନା କରନ୍ତି, ସଦାପ୍ରଭୁଙ୍କର ନାମରେ ପ୍ରତିଜ୍ଞା କରୁଅଛି, ମୁଁ ତୁମ୍ଭକୁ ବିବାହ କରିବି ଏବଂ ଏଲିମେଲକର ଭୂମି ଫେରାଇ ଆଣିବି। ତେଣୁ ସକାଳ ପର୍ଯ୍ୟନ୍ତ ଏହିଠାରେ ଶୟନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହି ରାତ୍ରି ଥାଅ; ପ୍ରାତଃକାଳରେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ପ୍ରାତଃକାଳ ପର୍ଯ୍ୟନ୍ତ ଶୟନ କର।

Gade chapit la Kopi

ଓଡିଆ ବାଇବେଲ

13 ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”

Gade chapit la Kopi




ରତର ବିବରଣ 3:13
11 Referans Kwoze  

ଯଦି ତୁମ୍ଭେ ସେହିସବୁ କରିବ, ତେବେ ତୁମ୍ଭକୁ ସଦାପ୍ରଭୁଙ୍କ ନାମରେ ଶପଥ କରି କହିବାକୁ ପଡ଼ିବ ଯେ ‘ସଦାପ୍ରଭୁ ଜୀବିତ।’ ଆଉ ତୁମ୍ଭେ ଏସବୁ ସତ୍ୟ, ନ୍ୟାୟ ଓ ଧାର୍ମିକତାରେ ସେ ସବୁ କହିବାକୁ କ୍ଷମ ହେବ। ତାହାଦ୍ୱାରା ନାନାଦେଶୀୟମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହେବେ। ସେମାନେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।”


ଏହା ପରେ ବୋୟାଜ କହିଲା, “ଯେବେ ତୁମ୍ଭେ ନୟମୀଠାରୁ ଏହି ଜମି କିଣିଛ, ତେବେ ତୁମ୍ଭେ ମୃତ ଲୋକର ସ୍ତ୍ରୀ ମୋୟାବୀୟ ଋତକୁ ହିଁ ପାଇବ। ମୃତ ଲୋକର ଭୂମିର ବଂଶଧର ପାଇବା ପାଇଁ ତୁମ୍ଭେ ତାକୁ ବିବାହ କରିବା ଉଚିତ୍। ଏହିପରି ଭାବରେ ସେହି ଜମି ମୃତ ଲୋକର ନାମରେ ରହିଯିବ।”


ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, “ସେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ, ଯିଏ କି ମୃତ ଓ ଜୀବିତ ଓ ମୃତମାନଙ୍କଠାରୁ ତାଙ୍କର କରୁଣା ଦୂରେଇ ନାହାନ୍ତି।” ଏହା ପରେ ନୟମୀ ତାକୁ କହିଲା, “ସେ ହେଉଛନ୍ତି ଆମ୍ଭର ନିକଟ ସମ୍ପର୍କୀୟ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା ମଧ୍ୟରୁ ଜଣେ ଅଟନ୍ତି।”


ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ।


ଗିଦିୟୋନ କହିଲେ, “ସେମାନେ ମୋର ଭାଇ ଥିଲେ। ମୋର ମା’ର ପୁତ୍ର! ଯେହେତୁ ସଦାପ୍ରଭୁ ଅଛନ୍ତି, ଯଦି ତୁମ୍ଭେ ସେମାନଙ୍କୁ ମାରି ନ ଥା’ନ୍ତ ତେବେ ମୁଁ ତୁମ୍ଭକୁ ବର୍ତ୍ତମାନ ମାରି ନ ଥା’ନ୍ତି।”


ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦେବାକୁ ଇଚ୍ଛା କରୁ ନ ଥିଲି।


ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ'ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ।


ଆମ୍ଭେ ଗ୍ଭହୁଁ ସେହି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତରେ ସେମାନେ ଯେପରି ବା‌‌ଲ୍‌‌ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେହିପରି ‘ସଦାପ୍ରଭୁ ଜୀବିତ’ ବୋଲି ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତେବେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।


ରକ୍ଷାକର୍ତ୍ତା କହିଲା, “ମୁଁ ଏହାକୁ କ୍ରୟ କରି ପାରିବି ନାହିଁ। ଯଦିଓ ଏହା ମୋର ଅଧିକାର ଅଟେ, ମୁଁ ଏହାକୁ ପାରିବି ନାହିଁ। ଯଦି ମୁଁ ଏହା କରେ, ମୁଁ ମୋର ଜମି ହୁଏତ ହରାଇପାରେ। ସେଥିପାଇଁ ତୁମ୍ଭେ ତାହା କିଣିପାର।”


Swiv nou:

Piblisite


Piblisite