Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:9 - ପବିତ୍ର ବାଇବଲ

9 ବୋୟାଜ ପଗ୍ଭରିଲା, “ତୁମ୍ଭେ କିଏ?” ସେ କହିଲା, “ମୁଁ ହେଉଛି ଋତ, ତୁମ୍ଭର ଦାସୀ। ଏଣୁ ଆପଣାପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ। କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”

Gade chapit la Kopi




ରତର ବିବରଣ 3:9
10 Referans Kwoze  

ଏବଂ ମୁଁ ଯେତେବେଳେ ତୁମ୍ଭକୁ ଅନାଇଲି, ସେତେବେଳେ ଦେଖିଲି ତୁମ୍ଭେ ପ୍ରେମ କରିବା ପାଇଁ ରାଜି ହୋଇଯାଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପରେ ମୋର ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲି ଏବଂ ତୁମ୍ଭେ ମୋର ହେଲ।’” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି


ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, “ସେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ, ଯିଏ କି ମୃତ ଓ ଜୀବିତ ଓ ମୃତମାନଙ୍କଠାରୁ ତାଙ୍କର କରୁଣା ଦୂରେଇ ନାହାନ୍ତି।” ଏହା ପରେ ନୟମୀ ତାକୁ କହିଲା, “ସେ ହେଉଛନ୍ତି ଆମ୍ଭର ନିକଟ ସମ୍ପର୍କୀୟ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା ମଧ୍ୟରୁ ଜଣେ ଅଟନ୍ତି।”


ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ'ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ।


ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”


ଅବୀଗଲ ନତମସ୍ତକ ହୋଇ ଠିଆ ହେଲେ, ସେ କହିଲେ, “ମୁଁ ହେଉଛି ତୁମ୍ଭର ଦାସୀ, ମୋର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ପାଇଁ ଗ୍ଭହେଁ।”


ମଧ୍ୟରାତ୍ର ସମୟରେ ସେହି ଲୋକ ଉଠିପଡ଼ି ଆଶ୍ଚର୍ଯ୍ୟ ହୋଇ ଅନାଇ ଦେଖିଲା ତା'ର ପାଦ ନିକଟରେ ଏକ ସ୍ତ୍ରୀ ଶୟନ କରିଛି।


ଏହା ପରେ ବୋୟାଜ କହିଲା, ହେ ଯୁବତୀ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ତୁମ୍ଭେ ମୋ’ ପ୍ରତି ଅନେକ ଦୟା ଦେଖାଇଛ। ତୁମ୍ଭର ମୋ’ ପ୍ରତି ଦୟା ପୂର୍ବରୁ ନୟମୀକୁ ଦେଖାଇଥିବା ଦୟାଠାରୁ ଆହୁରି ଅଧିକ। ତୁମ୍ଭେ ଜଣେ ଗରିବ ବା ଧନୀ ଯୁବକକୁ ଠିକ୍ କରି ବିବାହ କରିପାରିଥା’ନ୍ତ। କିନ୍ତୁ ତୁମ୍ଭେ ଏପରି କଲ ନାହିଁ।


ଏଠାରେ ଥିବା ଲୋକମାନଙ୍କ ସମ୍ମୁଖରେ ଓ ମୋର ଲୋକମାନଙ୍କର ପ୍ରାଚୀନମାନଙ୍କ ସମ୍ମୁଖରେ ମୁଁ ତୁମ୍ଭକୁ କହିବା ପାଇଁ ନିଷ୍ପତ୍ତି କରିଛି। ଯଦି ତୁମ୍ଭେ ଏହାକୁ କିଣିବାକୁ ଗ୍ଭହଁ, ତେବେ ଏହାକୁ କିଣ! ଯଦି ଏହା ତୁମ୍ଭେ କିଣିବାକୁ ନ ଗ୍ଭହଁ, ତେବେ ମୋତେ କୁହ ଓ ମୁଁ ଏହାକୁ କିଣିବି ଯେହେତୁ ତୁମ୍ଭେ ଜାଣ, ତୁମ୍ଭ ପରେ ମୁଁ ଯଥାର୍ଥ ଲୋକ ଯାହାର ଏହି ଜାଗାକୁ କିଣିବା ପାଇଁ ଅଧିକାର ଅଛି। ଯଦି ତୁମ୍ଭେ କିଣିବାକୁ ଗ୍ଭହଁ ନାହିଁ, ତେବେ ମୁଁ ଏହାକୁ କିଣିବି।”


ରକ୍ଷାକର୍ତ୍ତା କହିଲା, “ମୁଁ ଏହାକୁ କ୍ରୟ କରି ପାରିବି ନାହିଁ। ଯଦିଓ ଏହା ମୋର ଅଧିକାର ଅଟେ, ମୁଁ ଏହାକୁ ପାରିବି ନାହିଁ। ଯଦି ମୁଁ ଏହା କରେ, ମୁଁ ମୋର ଜମି ହୁଏତ ହରାଇପାରେ। ସେଥିପାଇଁ ତୁମ୍ଭେ ତାହା କିଣିପାର।”


Swiv nou:

Piblisite


Piblisite