Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:14 - ପବିତ୍ର ବାଇବଲ

14 ସହରର ସ୍ତ୍ରୀଲୋକମାନେ ନୟମୀକୁ କହିଲେ, “ଧନ୍ୟ ସେହି ସଦାପ୍ରଭୁ, ଯିଏ ତୁମ୍ଭକୁ ଏହି ସନ୍ତାନ ଦେଇଛନ୍ତି। ସେ ଇସ୍ରାଏଲ ଦେଶରେ ବିଖ୍ୟାତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।

Gade chapit la Kopi

ଓଡିଆ ବାଇବେଲ

14 ଏଣୁ ସ୍ତ୍ରୀମାନେ ନୟମୀକୁ କହିଲେ, “ଧନ୍ୟ ସଦାପ୍ରଭୁ,” ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, “ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।

Gade chapit la Kopi




ରତର ବିବରଣ 4:14
13 Referans Kwoze  

ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ, ପ୍ରଭୁ ତାହାଙ୍କ ଉପରେ ଅଶେଷ ଦୟା କରିଛନ୍ତି। ସେମାନେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।


ଯଦି ଶରୀରର ଗୋଟିଏ ଅଙ୍ଗ କଷ୍ଟ ପାଏ, ତା'ସହିତ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ମଧ୍ୟ କଷ୍ଟ ପା’ନ୍ତି। ଯଦି ଶରୀରର କୌଣସି ଅଙ୍ଗ ସମ୍ମାନ ପାଏ ଅନ୍ୟ ସମସ୍ତ ଅଙ୍ଗଗୁଡ଼ିକ ତାହା ସହିତ ଏକତ୍ର ହୋଇ ଆନନ୍ଦ କରନ୍ତି।


ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।


ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ୍ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ୱାସ ଯେହେତୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।


ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି।


ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ।


ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ।


ସେହି ଦାସଜଣକ କହିଲେ, “ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହୁଅନ୍ତୁ। ଯେହେତୁ ସଦାପ୍ରଭୁ ମୋର କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି। ସଦାପ୍ରଭୁ ମୋ’ କର୍ତ୍ତାଙ୍କର ସମ୍ପର୍କୀୟଙ୍କ ଗୃହକୁ କଢ଼ାଇ ନେଲେ।”


Swiv nou:

Piblisite


Piblisite