Biblia Todo Logo
Bib sou entènèt

- Piblisite -




ପରମ ଗୀତ 7:8 - ପବିତ୍ର ବାଇବଲ

8 ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ୟ ହେଉ। ପୁଣି ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୁଁ କହିଲି, ମୁଁ ଖର୍ଜୂରବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି; ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ଵାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;

Gade chapit la Kopi

ଓଡିଆ ବାଇବେଲ

8 ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି : ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି;” ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;

Gade chapit la Kopi




ପରମ ଗୀତ 7:8
10 Referans Kwoze  

ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।


ଆମ୍ଭେ ସେମାନଙ୍କର ମଙ୍ଗଳ ସାଧନ କରି ଖୁସୀ ହେବା। ଆଉ ମଧ୍ୟ ଆମ୍ଭେ ଆପଣା ଆପଣା ମନପ୍ରାଣ ଦେଇ ସେମାନଙ୍କୁ ସ୍ଥାପିତ କରିବା।’”


ହେ ଉତ୍ତରୀୟ ବାୟୁ, ଜାଗ। ଦକ୍ଷିଣ ବାୟୁ, ଆସ। ମୋ’ ଉଦ୍ୟାନର ସୁଗନ୍ଧି ଯେପରି ଗ୍ଭରିଆଡ଼େ ବିଚ୍ଛୁରିତ ହେବ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପରେ ପ୍ରବାହିତ ହୁଅ। ମୋହର ପ୍ରିୟତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।


କି‌‌‌ସ୍‌‌‌ମିସ୍ ପିଠା ଦେଇ ମୋତେ ଶକ୍ତିଶାଳୀ କର ଓ ସେଓ ଦେଇ ମୋତେ ସତେଜ କରି ଦିଅ, କାରଣ ମୁଁ ପ୍ରେମ ସହିତ ପୀଡ଼ିତା।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେହିପରି ଯୁବାମାନଙ୍କ ମଧ୍ୟରେ ପ୍ରିୟତମ। ମୁଁ ପରମ ଆନନ୍ଦରେ ତାହାଙ୍କ ଛାୟା ତଳେ ବସିଲି ଓ ତାହାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦୁ ଲାଗିଲା।


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


ତୁମ୍ଭ ଶରୀରର ଦୀର୍ଘତା ଖଜୁରୀ ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ୟ।


ଦ୍ରାକ୍ଷାଲତାଗୁଡ଼ିକ ଶୁଷ୍କ ହୋଇଛନ୍ତି ଓ ଡିମ୍ବିରି ବୃକ୍ଷ ମରି ଯାଇଛି। ସମସ୍ତ ଡାଳିମ୍ବ, ତାଳ ଓ ସେଓ ବୃକ୍ଷଗୁଡ଼ିକ ଶୁଖି ଯାଇଛି। ଲୋକମାନଙ୍କର ସମସ୍ତ ସୁଖ ମରିଯାଇଛି।


Swiv nou:

Piblisite


Piblisite