Biblia Todo Logo
Bib sou entènèt

- Piblisite -




ତୀତସ 2:15 - ପବିତ୍ର ବାଇବଲ

15 ଲୋକମାନଙ୍କୁ ଏହି କଥାଗୁଡ଼ିକ କୁହ। ତୁମ୍ଭର ପୂର୍ଣ୍ଣ କ୍ଷମତା ରହିଛି, ତେଣୁ ଲୋକମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ଓ ସେମାନେ ଯାହା କରୁଛନ୍ତି, ତାହା ଭୁଲ୍ ବୋଲି କହିବା ପାଇଁ ତୁମ୍ଭର କ୍ଷମତାର ବ୍ୟବହାର କର। କୌଣସି ଲୋକ ଯେପରି ତୁମ୍ଭ ସହିତ ଏଭଳି ବ୍ୟବହାର ନ କରେ, ଯାହାକି ତୁମ୍ଭକୁ ଗୁରୁତ୍ୱହୀନ କରିଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।

Gade chapit la Kopi

ଓଡିଆ ବାଇବେଲ

15 ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏହି ସମସ୍ତ ବିଷୟ ଶିକ୍ଷା ଦିଅ ଏବଂ ତୁମର ପୂର୍ଣ୍ଣ କ୍ଷମତା ପ୍ରୟୋଗ କରି ଶ୍ରୋତାମାନଙ୍କୁ ଉତ୍ସାହିତ କର। ଆବଶ୍ୟକ ସ୍ଥଳେ, ସେମାନଙ୍କୁ ଭର୍ତ୍ସନା କରି ସତର୍କ କରିଦିଅ। ତୁମକୁ ଅବଜ୍ଞା କରିବାକୁ କାହାକୁ ଅବକାଶ ଦିଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।

Gade chapit la Kopi




ତୀତସ 2:15
10 Referans Kwoze  

ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସେମାନେ କ’ଣ କରିବା ଉଚିତ୍, ସେମାନେ ଭୁଲ୍ କଲାବେଳେ ସେମାନଙ୍କୁ ଅନୁଯୋଗ କର ଓ ସେମାନଙ୍କୁ ଉତ୍ସାହ ଦିଅ। ଅତି ଧୈର୍ଯ୍ୟ ସହକାରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ୱାରା ଏହି ସମସ୍ତ ବିଷୟ କର।


ସେହି ଭାବବାଦୀଙ୍କ କଥା ସତ। ଅତଏବ ସେମାନଙ୍କୁ କୁହ ଯେ ସେମାନେ ଭୁଲ୍ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠୋର ହେବା ଉଚିତ୍। ତା'ହେଲେ ସେମାନେ ବିଶ୍ୱାସରେ ଦୃଢ଼ ହେବେ।


ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସେମାନଙ୍କର ଭୁଲ୍ ଦେଖାଇଦିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖରେ ଏହା କର। ସେହିପରି କଲେ, ଅନ୍ୟମାନେ ସତର୍କ ହେବେ।


କାରଣ ସେ ସେମାନଙ୍କୁ ସେମାନଙ୍କର ଧର୍ମ-ଶାସ୍ତ୍ରୀଙ୍କ ଭଳି ଉପଦେଶ ନ ଦେଇ ଅଧିକାର ଥିବା ଜଣେ ଲୋକ ଭଳି ଉପଦେଶ ଦେଉଥିଲେ।


ଯୀଶୁଙ୍କ ଶିକ୍ଷା ଶୁଣି ସେଠାକାର ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ସେମାନଙ୍କୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦେଇ ଜଣେ ଅଧିକାର ପାଇଥିବା ବ୍ୟକ୍ତିଙ୍କ ଭଳି ଶିକ୍ଷା ଦେଲେ।


ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କୁହାକୁହି ହେଲେ, “ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।”


ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।”


ଅତଏବ ତୀମଥିଙ୍କୁ କେହି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମୋ’ ପାଖରେ ଆସି ପହଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ଯିବାରେ ସାହାଯ୍ୟ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫେରିବା ବାଟକୁ ଗ୍ଭହିଁ ବସିଛି।


ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।


Swiv nou:

Piblisite


Piblisite