Biblia Todo Logo
Bib sou entènèt

- Piblisite -




ତୀତସ 3:10 - ପବିତ୍ର ବାଇବଲ

10 ଯଦି କିଏ ତର୍କବିତର୍କ କରେ, ତା'ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଗ୍ଭଲୁ ରଖେ, ତା'ହେଲେ ତାହାକୁ ଆଉ ଥରେ ସତର୍କ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଉଁ ଲୋକ ଭ୍ରାନ୍ତ ମତାବଲମ୍ଵୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ ରୁହ;

Gade chapit la Kopi

ଓଡିଆ ବାଇବେଲ

10 ଯେଉଁ ଲୋକମାନେ ଭ୍ରାନ୍ତ ମତାବଲମ୍ବୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ରୁହ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ବିଭେଦ ସୃଷ୍ଟି କରୁଥିବା ବ୍ୟକ୍ତିକୁ ଦୁଇ ଥର ସତର୍କବାଣୀ ଶୁଣାଇ ଦିଅ। ତେବେ ସୁଦ୍ଧା ସେ ଯଦି ନ ଶୁଣେ, ତା’ ସହିତ ସମ୍ପର୍କ ତୁଟାଇ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଉଁ ଲୋକ ଭ୍ରାନ୍ତ ଶିକ୍ଷା ଦ୍ୱାରା ବିଭାଜନ କରିବାକୁ ଚେଷ୍ଟା କରନ୍ତି, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ହୋଇ ରୁହ;

Gade chapit la Kopi




ତୀତସ 3:10
12 Referans Kwoze  

ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ କହିବାକୁ ଇଚ୍ଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତରେ ଦଳଭେଦ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସେମାନଙ୍କଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ୱାସକୁ ଭାଙ୍ଗିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧରେ ଥା’ନ୍ତି।


ଯଦି ତୁମ୍ଭ ପାଖକୁ କେହି ଆସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତେବେ ତାହାକୁ ଗୃହରେ ସ୍ୱାଗତ ଓ ଗ୍ରହଣ କର ନାହିଁ।


ସେମାନେ ପରମେଶ୍ୱରଙ୍କ ସେବକ ହେବାର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ୱାରା ଜଣା ପଡ଼ିବ ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କ ସେବା କରୁ ନାହାନ୍ତି। ତୀମଥି, ତୁମ୍ଭେ ସେହି ଲୋକମାନଙ୍କଠାରୁ ଦୂରରେ ରୁହ।


ଆମ୍ଭେ ଏହି ପତ୍ରରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା'ହେଲେ ସେହି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହେବ।


ଭାଇ ଓ ଭଉଣୀମାନେ! ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳରେ, କାମ କରିବାକୁ ମନା କରୁଥିବା ବିଶ୍ୱାସୀ ଭାଇମାନଙ୍କଠାରୁ ଦୂରରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଗ୍ଭହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାନ୍ତି।


ମୂର୍ତ୍ତିପୂଜା, ଯାଦୁବିଦ୍ୟା, ଘୃଣା, ଝଗଡ଼ା, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ,


ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତେଜିତ କରୁଛନ୍ତି, ସେମାନେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାନ୍ତି କାହିଁକି?


କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।


ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି।


ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟ‌‌ଦ୍‌‌‌‌ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।


Swiv nou:

Piblisite


Piblisite