Biblia Todo Logo
Bib sou entènèt

- Piblisite -




ତୀତସ 3:13 - ପବିତ୍ର ବାଇବଲ

13 ଓକିଲ ଜୀନା ଓ ଆପଲ୍ଲ ସେଠାରୁ ଆସୁଛନ୍ତି। ସେମାନଙ୍କ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ୟ ସାହାଯ୍ୟ କର। ତୁମ୍ଭେ ସତର୍କ ହୁଅ ଯେ ସେମାନଙ୍କର କୌଣସି ଅଭାବ ନ ଘଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯନିପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।

Gade chapit la Kopi

ଓଡିଆ ବାଇବେଲ

13 ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଶାସ୍ତ୍ରଗୁରୁ ଜୀନା ଓ ଆପୋଲୋଭ୍କ ପର୍ଯ୍ୟଟନ ପାଇଁ ଯାହା ଯାହା ଆବଶ୍ୟକ, ସବୁ ଯୋଗାଇ ଦେଇ, ଯାତ୍ରାରମ୍ଭ କରିବାକୁ ସେମାନଙ୍କୁ ସାହାଯ୍ୟ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।

Gade chapit la Kopi




ତୀତସ 3:13
15 Referans Kwoze  

ଆପଲ୍ଲ ନାମକ ଜଣେ ଯିହୂଦୀୟ ସେଠାରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେ‌କ୍‌ଜାଣ୍ଡ୍ରିୟା। ସେ ଏଫିସ ନଗରକୁ ଆସିଲେ। ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ରରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା।


ଜଣେ ଫାରୂଶୀ ମୋଶାଙ୍କ ବ୍ୟବସ୍ଥା ବିଷୟରେ ଦକ୍ଷ ଥିଲା। ସେ ଯୀଶୁଙ୍କୁ ପରୀକ୍ଷାରେ ପକାଇବା ପାଇଁ ମନସ୍ଥ କରି ତାହାଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲା।


ସେମାନେ ଆମ୍ଭକୁ ବହୁତ ଉପହାର ସହିତ ସମ୍ମାନ ଦେଲେ। ଆମ୍ଭେ ସେଠାରେ ତିନି ମାସ ପର୍ଯ୍ୟନ୍ତ ରହିଲୁ। ଆମ୍ଭେ ଜଳଯାତ୍ରାରେ ବାହାରିବା ସମୟରେ ସେମାନେ ଆମ୍ଭକୁ ଆବଶ୍ୟକୀୟ ଜିନିଷମାନ ମଧ୍ୟ ଦେଲେ। ଆମ୍ଭେ ତିନି ମାସ ପରେ ଆଲେ‌କ୍‌ଜାଣ୍ଡ୍ରିୟା ନଗରୀରେ ଗୋଟିଏ ଜାହାଜରେ ଚଢ଼ି ପୁଣି ଯାତ୍ରା କଲୁ। ତା'ର ନାମ ମିଥୁନ ଥିଲା। ଏହି ଜାହାଜଟି ମେଲିତୀ ଦ୍ୱୀପରେ ଶୀତକାଳ ବିତାଇଥିଲା।


ଅତଏବ ତୀମଥିଙ୍କୁ କେହି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମୋ’ ପାଖରେ ଆସି ପହଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ଯିବାରେ ସାହାଯ୍ୟ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫେରିବା ବାଟକୁ ଗ୍ଭହିଁ ବସିଛି।


ଅତଏବ ମୁଁ ଯେତେବେଳେ ସ୍ପେନକୁ ଯିବି, ସେତେବେଳେ ତୁମ୍ଭମାନଙ୍କୁ ଦେଖା କରିବି। ଆଶାକରେ ଯେ ସ୍ପେନକୁ ଯିବାବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ସେଠାରେ ରହିବି ଓ ଆନନ୍ଦ ଉପଭୋଗ କରିବି। ତୁମ୍ଭେମାନେ ମୋତେ ମୋର ଯାତ୍ରାରେ ମଧ୍ୟ ସାହାଯ୍ୟ କରି ପାରିବ।


ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ।


ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଗ୍ଭରିଲେ, “ବିଶ୍ରାମବାରରେ ଭଲ କରିଦେବା ଠିକ୍ ନା ଭୁଲ୍?”


“ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭେମାନେ ଈଶ୍ୱର ଜ୍ଞାନର ଗ୍ଭବିକାଠି ଲୁଚେଇ ଦେଲ। ନିଜ ଐଶ୍ୱରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଗ୍ଭହୁଁ ଥିଲେ, ସେମାନଙ୍କୁ ମଧ୍ୟ ଶିଖିବାକୁ ଦେଲ ନାହିଁ।”


ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଯେତେବେଳେ ଫାରୂଶୀମାନଙ୍କ ବିଷୟରେ ଏହିଭଳି କଥା କହୁଛନ୍ତି, ସେତେବେଳେ ଆମ୍ଭ ଦଳକୁ ମଧ୍ୟ ଅପମାନ ଦେଉଛନ୍ତି।”


ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”


କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସେମାନଙ୍କ ପାଇଁ ପରମେଶ୍ୱରଙ୍କ ଦତ୍ତ ଯୋଜନାକୁ ଅସ୍ୱୀକାର କଲେ ଓ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ଗ୍ରହଣ କଲେ ନାହିଁ।


ଖ୍ରୀଷ୍ଟିୟ ମଣ୍ଡଳୀ ଦ୍ୱାରା ସେମାନଙ୍କୁ ପଠାଗଲା। ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଗଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ୱରଙ୍କ ପ୍ରତି ମନ ଫେରାଇଛନ୍ତି, ଏହା ସେମାନେ ସେଠାରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସୀ ହେଲେ।


ଆପଲ୍ଲ କରିନ୍ଥରେ ଥିଲାବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦେଇ ଯାତ୍ରା କରି ଏଫିସରେ ଆସି ପହଞ୍ଚିଲେ। ତା'ପରେ ପାଉଲ ସେଠାରେ ସେ ଯୋହନଙ୍କ କେତେକ ଶିଷ୍ୟଙ୍କୁ ଦେଖିଲେ।


ଆପଲ୍ଲ ଭାଇଙ୍କ ବିଷୟରେ ଲେଖୁଛି। ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୁଁ ତାହାକୁ ବହୁତ ଅନୁରୋଧ କଲି କିନ୍ତୁ ଏବେ ଯିବା ପାଇଁ ସେ ଆଦୌ ଗ୍ଭହୁଁ ନାହାନ୍ତି। କିନ୍ତୁ ଯେତେବେଳେ ସୁଯୋଗ ହେବ, ସେ ତୁମ୍ଭମାନଙ୍କ ପାଖକୁ ଯିବେ।


Swiv nou:

Piblisite


Piblisite