ତୀତସ 3:3 - ପବିତ୍ର ବାଇବଲ3 ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ, ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ। Gade chapit laଓଡିଆ ବାଇବେଲ3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ । Gade chapit laପବିତ୍ର ବାଇବଲ (CL) NT (BSI)3 ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ। Gade chapit la |
ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ।
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।