ତୀତସ 3:7 - ପବିତ୍ର ବାଇବଲ7 ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତ ଜୀବନ ପାଇବୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନ; ଜୀବନର ଅଧିକାରୀ ହେବୁ। Gade chapit laଓଡିଆ ବାଇବେଲ7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ । Gade chapit laପବିତ୍ର ବାଇବଲ (CL) NT (BSI)7 ତାଙ୍କ ଅନୁଗ୍ରହରୁ ଆମେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ, ଆମ୍ଭମାନଙ୍କ ଭରସା ଅନୁଯାୟୀ ଅନନ୍ତ ଜୀବନରେ ପ୍ରବେଶ କରିବାକୁ ସୁଯୋଗ ପାଇଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ। Gade chapit la |
ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।
ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି।
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।