Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:5 - ପବିତ୍ର ବାଇବଲ

5 ପରମେଶ୍ୱର କହିଲେ, “ତେଣୁ, ତୁମ୍ଭର ସେହି ପୂର୍ବପୁରୁଷଗଣ ବର୍ତ୍ତମାନ କାହାନ୍ତି? ସେହି ଭବିଷ୍ୟ‌ଦ୍‌ବକ୍ତାଗଣ କ’ଣ ଏପର୍ଯ୍ୟନ୍ତ ବଞ୍ଚିଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ କି ଚିରକାଳ ଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

5 “ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?

Gade chapit la Kopi




ଯିଖରୀୟ 1:5
16 Referans Kwoze  

ଆହୁରି ସେମାନେ ଉଚ୍ଚସ୍ଥାନ ବିଷୟରେ ଭୟ କରିବେ ଓ ପଥରେ ତ୍ରାସ ହେବେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ୟ ଧଳା ଗତିରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହେବ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା'ପରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶୋକକାରୀମାନେ ଏକତ୍ରିତ ହୋଇ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନେବେ।


ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପରେ ପୁଣି ଧୂଳିକୁ ଫେରିଯିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ୱରଙ୍କ ନିକଟକୁ ଫେରିଯିବ।


ପ୍ରତ୍ୟେକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଗ୍ଭର ହୁଏ।


ଦାଉଦ ତାହାଙ୍କ ଯୁଗରେ ପରମେଶ୍ୱରଙ୍କର ଇଚ୍ଛା ଅନୁସାରେ ସେବାକାର୍ଯ୍ୟ କରି ସାରିଲାପରେ ଦେହତ୍ୟାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।


ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରହାମ ମରିଥିଲେ ଓ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, ‘ମୋ’ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।’


ଲୋକମାନେ ମରୁଛନ୍ତି ଏବଂ ନୂତନ ଲୋକମାନେ ଜନ୍ମ ନେଉଛନ୍ତି। କିନ୍ତୁ ପୃଥିବୀ ଚିରକାଳସ୍ଥାୟୀ।


ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ, ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ। ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ। ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।


“ହେ ଯିରିମିୟ, ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପୁସ୍ତକ ଲିଖିତ ସମସ୍ତ ବାକ୍ୟ ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।


ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଥିଲେ, ଏବଂ ଏବେ ସେମାନେ ନାହାନ୍ତି। ମାତ୍ର ସେମାନଙ୍କର ପାପର ଭାର ଆମ୍ଭେମାନେ ବହନ କରିଛୁ ଏବଂ ଦୁଃଖ ଭୋଗ କରୁଅଛୁ।


ଶାମୁୟେଲଙ୍କର ଦେହାନ୍ତ ହେଲା। ସମସ୍ତ ଇସ୍ରାଏଲୀୟବାସୀ ଏକତ୍ର ହୋଇ ଶାମୁୟେଲଙ୍କ ମୃତ୍ୟୁରେ ଶୋକ ପାଳନ କଲେ ଓ ରାମାସ୍ଥିତ ତାଙ୍କ ଗୃହରେ ତାଙ୍କୁ କବର ଦେଲେ। ତା'ପରେ ଦାଉଦ ପାରଣ ପ୍ରାନ୍ତରକୁ ଗଲେ।


ଇଲୀଶାୟ ପୀଡ଼ିତ ହେଲେ, ପରେ ଅସୁସ୍ଥତାରୁ ମୃତ୍ୟୁବରଣ କଲେ। ଇସ୍ରାଏଲ ରାଜା ଯୋୟାଶ୍ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ ପାଇଁ ଏହା ସମୟ କି?”


ଇଲୀଶାୟଙ୍କ ମୃତ୍ୟୁପରେ ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ଲୁଣ୍ଠନ କରିବାକୁ ଦେଶ ଆକ୍ରମଣ କଲେ।


Swiv nou:

Piblisite


Piblisite