Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:7 - ପବିତ୍ର ବାଇବଲ

7 ଦାରିୟାବସଙ୍କ ଶାସନର ଦ୍ୱିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ୟ‌ଦ୍‌ବକ୍ତା ଯିଖରିୟଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ୟ‌ଦ୍‌ବକ୍ତା ଯିଖରିୟ ବେରିଖିୟଙ୍କ ପୁତ୍ର ଥିଲେ, ବେରିଖିୟ ଇଦ୍ଦୋଙ୍କ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଦାରୀୟାବସ୍ର ଦ୍ଵିତୀୟ ବର୍ଷ ଏକାଦଶ ମାସର, ଅର୍ଥାତ୍, ଶବାଟ ମାସର ଚତୁର୍ବିଂଶ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

7 ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi




ଯିଖରୀୟ 1:7
4 Referans Kwoze  

ସଦାପ୍ରଭୁ ବେରିଖିୟଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଖରିୟଙ୍କୁ ଏହି ବାର୍ତ୍ତା ପଠାଇଲେ। ପାରସ୍ୟର ରାଜା ଦାରିୟାବସଙ୍କ ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଏହା ଘଟିଥିଲା। ଯିଖରିୟ ବେରିଖିୟଙ୍କ ପୁତ୍ର ଥିଲେ। ବେରିଖିୟ ଇଦ୍ଦୋଙ୍କ ପୁତ୍ର ଥିଲେ।


“ତେଣୁ ଧାର୍ମିକ ଲୋକ ହେବଲଙ୍କଠାରୁ ଆରମ୍ଭ କରି ବେରିଖିୟଙ୍କ ପୁତ୍ର ଯିଖରିୟଙ୍କ ପର୍ଯ୍ୟନ୍ତ ଏ ପୃଥିବୀରେ ଯେତେ ଭଲ ଲୋକଙ୍କୁ ମାରି ଦିଆଯାଇଛି, ସେଥିପାଇଁ ତୁମ୍ଭେମାନେ ଦୋଷୀ ସାବ୍ୟସ୍ତ ହେବ। ବେରିଖିୟଙ୍କ ପୁତ୍ର ଯିଖରିୟଙ୍କୁ ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ତୁମ୍ଭେମାନେ ହତ୍ୟା କରିଥିଲ।


ଆମ୍ଭେ ଆପଣା ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”


ରାତିରେ ମୁଁ ଲା‌‌ଲ୍‌‌ଅଶ୍ୱ ଉପରେ ଏକ ବ୍ୟକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେହେନ୍ଦି ବୁଦା ମଝିରେ ଛିଡ଼ା ହୋଇଥିଲା। ତାଙ୍କ ପଛରେ ଲାଲ୍, ଧୂସର ଏବଂ ଧଳା ଅଶ୍ୱଗୁଡ଼ିକ ଥିଲେ।


Swiv nou:

Piblisite


Piblisite