Biblia Todo Logo
Bib sou entènèt

- Piblisite -




ଯିଖରୀୟ 12:2 - ପବିତ୍ର ବାଇବଲ

2 “ଦେଖ, ଦେଶସମୂହ ପ୍ରତି ଯିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ଯିରୁଶାଲମ ଅବରୋଧ ହୋଇ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ଵରୂପ କରିବା ଓ ଯିରୂଶାଲମର ଅବରୋଧ କାଳେ ତାହା ଯିହୁଦାର ଉପରେ ମଧ୍ୟ ବର୍ତ୍ତିବ।

Gade chapit la Kopi

ଓଡିଆ ବାଇବେଲ

2 ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।

Gade chapit la Kopi




ଯିଖରୀୟ 12:2
15 Referans Kwoze  

ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।


ହେ ଯିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ! କାରଣ ସଦାପ୍ରଭୁ ତୁମ୍ଭ ଉପରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦେଇଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛ। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନେଇ ତାହାକୁ ଶେଷ କରିଅଛ।


ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସେହି ପ୍ରକାର କ୍ଷତି ହେବ। ତା'ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆଯିବ। ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦେଇଛି, ତା'ନିମନ୍ତେ ତା’ ଅପେକ୍ଷା ଦୁଇଗୁଣ ଅଧିକ ନିଶାଯୁକ୍ତ ସୁରା ପ୍ରସ୍ତୁତ କରାଯିବ ଓ ତାହାକୁ ପାନ କରିବାକୁ ଦିଆଯିବ।


ମହାନଗରୀ ତିନି ଭାଗରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହୋଇଗଲା। ପରମେଶ୍ୱର ମହାନଗରୀ ବାବିଲୋନକୁ ଦଣ୍ଡ ଦେବା ପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କ୍ରୋଧରୂପ ମଦିରା ପାତ୍ରରୁ ପାନ କରାଇଲେ।


ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ।


“କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡ଼କୁ ଆସିବ। ତୁମ୍ଭେ ସମ୍ମାନ ବଦଳରେ ଅପମାନରେ ପରିପୂର୍ଣ୍ଣ ହେବ। “ତୁମ୍ଭକୁ ଦ୍ରାକ୍ଷାରସ ପିଆଇ ଦିଆଯିବ ଏବଂ ଉଲଗ୍ନ କରାଯିବ। ତୁମ୍ଭର ସମ୍ମାନ ବଦଳରେ ଅପମାନ ଆସିବ।


ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦେଶାଧ୍ୟକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ପୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ ଓ କେବେ ଜାଗ୍ରତ ହେବେ ନାହିଁ।” ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସେମାନେ ଉନ୍ମତ୍ତ ହୋଇଅଛନ୍ତି।


ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।”


ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ତାଙ୍କର କହିବାନୁସାରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି।


ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁ ଏହା ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସେମାନଙ୍କୁ ତାହା ପାନ କରାଅ।


“ଆମ୍ଭେମାନେ କାହିଁକି ଶାନ୍ତଭାବେ ବସିଅଛୁ? ଆସ, ଏକତ୍ରିତ ହୋଇ ଆମ୍ଭେମାନେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଗ୍ଭଲିଯିବା। ଆସ ସେହି ସ୍ଥାନରେ ଆମ୍ଭେ ମୃତ୍ୟୁବରଣ କରିବା। ଯେହେତୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେହେତୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।


ଆମ୍ଭେ ସମସ୍ତ ଗୋଷ୍ଠୀକୁ ଯିରୁଶାଲମ ବିରୁଦ୍ଧରେ ଲଢ଼ିବାକୁ ଏକତ୍ରିତ କରିବା। ନଗରଟି ପରାଜିତ ହେବ ଓ ଗୃହଗୁଡ଼ିକ ଲୁଣ୍ଠିତ ହେବ। ସ୍ତ୍ରୀମାନେ ଧର୍ଷିତ ହେବେ ଏବଂ ଦେଶର ଅର୍ଦ୍ଧେକ ଲୋକ ନିର୍ବାସିତ ହେବେ। ଅବଶିଷ୍ଟ ଲୋକମାନେ ନଗରରୁ ନିଆଯିବେ ନାହିଁ।


Swiv nou:

Piblisite


Piblisite