ଯିଖରୀୟ 12:6 - ପବିତ୍ର ବାଇବଲ6 ସେହି ଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧ୍ୟରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହୋଇଥିବା ନୂତନ ଶସ୍ୟ ମଧ୍ୟରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସେମାନେ ତାଙ୍କ ବାମ ଓ ଦକ୍ଷିଣରେ ଥିବା ଲୋକମାନଙ୍କୁ ଧ୍ୱଂସ କରିବେ କିନ୍ତୁ ଯିରୁଶାଲମ ତା'ର ସ୍ଥାନରେ ଅକ୍ଷତ ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ସେଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ଵରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ଵରୂପ କରିବା; ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ଵସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ। Gade chapit laଓଡିଆ ବାଇବେଲ6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ। Gade chapit la |
“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”