ଯିଖରୀୟ 13:2 - ପବିତ୍ର ବାଇବଲ2 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦେବା। ଏପରିକି ଲୋକମାନେ ସେମାନଙ୍କର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ୟ ଆମ୍ଭେ ସମସ୍ତ ଭବିଷ୍ୟଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡ଼ିକୁ ପୃଥିବୀରୁ ବିଲୋପ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରାଇବା। Gade chapit laଓଡିଆ ବାଇବେଲ2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା। Gade chapit la |
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।
ତୁମ୍ଭମାନଙ୍କର ବସତିସବୁ ଓ ନଗରଗୁଡ଼ିକ ଭାଙ୍ଗି ଦିଆଯିବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ କରାଯିବ। ଯାହା ଫଳରେ ତୁମ୍ଭମାନଙ୍କର ଯଜ୍ଞବେଦି କେବେ ପୁଣି ବ୍ୟବହାର ହେବ ନାହିଁ ଓ ତାହା ଭଗ୍ନ ହୋଇ ପଡ଼ି ରହିବ ଓ ତୁମ୍ଭର ମୂର୍ତ୍ତିସବୁ ଚୂର୍ଣ୍ଣବିଚୂର୍ଣ୍ଣ ହେବ। ତୁମ୍ଭର ଧୂପବେଦି ଭଙ୍ଗାଯିବ ଓ ଦୂରରେ ମନୁଷ୍ୟ ନିର୍ମିତ ମୂର୍ତ୍ତିସବୁ ଓ ଅନ୍ୟାନ୍ୟ ବସ୍ତୁସବୁ ତୁମ୍ଭେ ତିଆରି କଲ, ସେଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରାଯିବ।
ଆଉ ସେ ମୋତେ ମନ୍ଦିର ମଧ୍ୟରୁ କହିଲେ, “ହେ ମନୁଷ୍ୟ ପୁତ୍ର ଏହା ମୋର ସିଂହାସନର ସ୍ଥାନ ଓ ମୋର ପାଦପୀଠର ସ୍ଥାନ। ମୁଁ ଇସ୍ରାଏଲ ପରିବାର ମଧ୍ୟରେ ସଦାକାଳ ବାସ କରିବି। ଆଉ ଇସ୍ରାଏଲର ଲୋକମାନେ ଏବଂ ସେମାନଙ୍କ ରାଜାଗଣ ସେମାନଙ୍କର ଶାରୀରିକ ପାପସବୁ ସହିତ ଏହି ସ୍ଥାନରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦେବାଦ୍ୱାରା ଏହି ସ୍ଥାନକୁ ମୋର ପବିତ୍ର ନାମକୁ ଅପମାନିତ କରିବେ ନାହିଁ।