Biblia Todo Logo
Bib sou entènèt

- Piblisite -




ଯିଖରୀୟ 13:4 - ପବିତ୍ର ବାଇବଲ

4 ସେଦିନ ପ୍ରତ୍ୟେକ ଭବିଷ୍ୟ‌ଦ୍‌ବକ୍ତା ନିଜର କଳ୍ପିତ ଦର୍ଶନ ପାଇଁ ଲଜ୍ଜିତ ହେବେ। ସେମାନେ ଭବିଷ୍ୟ‌ଦ୍‌ବକ୍ତା ପରି ପ୍ରତାରିତ କରିବା ପାଇଁ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ;

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସେହି ଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେହି ଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।

Gade chapit la Kopi




ଯିଖରୀୟ 13:4
11 Referans Kwoze  

ଯୋହନଙ୍କ ବସ୍ତ୍ର ଓଟ ଲୋମରେ ତିଆରି ହୋଇଥିଲା, ସେ ଅଣ୍ଟାରେ ଚମଡ଼ା ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।


ସେହି ସମୟରେ ସଦାପ୍ରଭୁ ଆମୋସଙ୍କ ପୁତ୍ର ଯିଶାଇୟଙ୍କ ଦ୍ୱାରା ଏହି କଥା କହିଲେ, “ଯାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।” ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ୟପାଦ ହୋଇ ଭ୍ରମଣ କଲେ।


ବାର୍ତ୍ତାବହମାନେ ଅହସିୟଙ୍କୁ ଉତ୍ତର କଲେ, “ସେ ଲୋକଟି ଲୋମଶ ବସ୍ତ୍ର ପରିଧାନ କରିଥିଲା ଓ ତା'ର କଟିରେ ଏକ ଚମଡ଼ାର ପଟୁକା ବନ୍ଧା ଥିଲା।” ତା'ପରେ ଅହସିୟ କହିଲେ, “ସେ ପ୍ରକୃତରେ ତି‌‌‌‌ଶ୍‌ବୀୟ ଏଲିୟ।”


ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1,260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବେ।”


ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।


ଯାଜକ ଓ ଭବିଷ୍ୟ‌ଦ୍‌ବକ୍ତାମାନେ ଘୃଣ୍ୟକର୍ମ କଲେ ମଧ୍ୟ ଲଜ୍ଜିତ ନୁହନ୍ତି। ସେମାନେ ସେମାନଙ୍କର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ।” ତେଣୁ ସଦାପ୍ରଭୁ କହନ୍ତି, “ସେମାନେ ପତିତମାନଙ୍କ ମଧ୍ୟରେ ପତିତ ହେବେ ଓ ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”


“ଗ୍ଭେର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେହିପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟ‌ଦ୍‌ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି।


ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖ‌‌ଡ଼୍‌ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ।


ସେହି “ଜ୍ଞାନୀ ଲୋକମାନେ” ଲଜ୍ଜିତ ହେବେ, ସେମାନେ ଦ୍ୱନ୍ଦରେ ପଡ଼ିବେ ଓ ଫାନ୍ଦରେ ପଡ଼ିବା ପରି ଅନୁଭବ କରିବେ। ଦେଖ, ସେମାନେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ୟାଖାନ କଲେ। ସେମାନଙ୍କୁ କିପରି “ଜ୍ଞାନୀ” ବୋଲି ବିବେଚନା କରାଯିବ?


Swiv nou:

Piblisite


Piblisite