Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:9 - ପବିତ୍ର ବାଇବଲ

9 ସେହି ଦିନ ସଦାପ୍ରଭୁ ସମଗ୍ର ପୃଥିବୀ ଉପରେ ରାଜା ହେବେ। କେବଳ ସେଠାରେ ଜଣେ ସଦାପ୍ରଭୁ ଓ ତାଙ୍କର ଗୋଟିଏ ମାତ୍ର ନାମ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେଦିନ ସଦାପ୍ରଭୁ ଅଦ୍ଵିତୀୟ ହେବେ ଓ ତାହାଙ୍କର ନାମ ଅଦ୍ଵିତୀୟ ହେବ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।

Gade chapit la Kopi




ଯିଖରୀୟ 14:9
35 Referans Kwoze  

ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”


ଆଉ ରାଜତ୍ୱ, କର୍ତ୍ତୃତ୍ୱ ଓ ରାଜ୍ୟ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ। ତାଙ୍କର ରାଜ୍ୟ ଅନନ୍ତ କାଳ ପାଇଁ ସ୍ଥାୟୀ ହେବ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସେବା କରିବେ ଓ ତାଙ୍କର ଆଜ୍ଞାବହ ହେବେ।’


ତା'ପରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସେମାନେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭକୁ ଉପାସନା କରିବେ।


“ହେ ଇସ୍ରାଏଲ ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।


ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।


“ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)


ସେହି ଉତ୍ତମ ରାଜତ୍ୱ କାଳରେ ‘ଶାଖା’ ଉତ୍ପନ୍ନ ହୋଇ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇସ୍ରାଏଲର ପବିତ୍ର ସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମଗ୍ର ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।


ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମୋର ଶିଷ୍ୟ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମରେ ତୁମ୍ଭେମାନେ ସେମାନଙ୍କୁ ବାପ୍ତିସ୍ମ ଦିଅ।


ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ। ସେଲା


ତା'ପରେ ଇଦୋମର ଯାହାସବୁ ଛଡ଼ା ହୋଇଥିବ, ଆମ୍ଭ ଲୋକମାନେ ଅଧିକାର କରିବେ ଏବଂ ସମସ୍ତ ଜାତିଗୁଡ଼ିକ ଆମ୍ଭ ନାମ ନେବେ।” ସଦାପ୍ରଭୁ ଏହା କହିବେ ଓ ସେହି ସମସ୍ତ ଘଟାଇବେ।


ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ। ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ। ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ ଓ ସେ ଆପଣା ରାଜାକୁ ବଳ ଦେବେ। ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।”


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ୱୟ ମଧ୍ୟରୁ ବିଗ୍ଭରକର୍ତ୍ତାର ଯଷ୍ଟି ଯିବ ନାହିଁ। ତା'ର ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ତା'ପରେ ଇସ୍ରାଏଲର ଶାସକ ସଦାପ୍ରଭୁଙ୍କ ଶକ୍ତିରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଅପୂର୍ବ ମହିମାରେ ଦଣ୍ଡାୟମାନ ହୋଇ ତାଙ୍କ ପଲଙ୍କୁ ଚରାଇବେ। ସେମାନେ ଶାନ୍ତିରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶେଷ ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୃତ ହେବ।


ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।


ବିଜେତାକାରୀମାନେ ସିୟୋନ ପର୍ବତ ଉପରକୁ ଯିବେ ଏବଂ ଏଷୌ ପର୍ବତ ବାସ କରୁଥିବା ଲୋକମାନଙ୍କୁ ଶାସନ କରିବେ ଏବଂ ରାଜ୍ୟ ସଦାପ୍ରଭୁଙ୍କର ଅଧିକୃତ ହେବ।


ତା'ପରେ ଲୋକମାନେ ସବୁଆଡ଼େ ସଦାପ୍ରଭୁଙ୍କର ମହିମା ଜାଣିବେ। ସମୁଦ୍ରରେ ଜଳ ବ୍ୟାପିଲା ପରି ଏହି ଖବର ଗ୍ଭରିଆଡ଼େ ବ୍ୟାପିଯିବ।


ହେ ସିୟୋନର କନ୍ୟା ଆନନ୍ଦ କର! ହେ ଯିରୁଶାଲମର କନ୍ୟା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି। ସେ ଅତ୍ୟନ୍ତ ନମ୍ର। ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।


“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁ‌ଗ୍‌ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।


ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ କରୁ। ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।


Swiv nou:

Piblisite


Piblisite