ଯିଖରୀୟ 2:10 - ପବିତ୍ର ବାଇବଲ10 ସଦାପ୍ରଭୁ କୁହନ୍ତି, “ହେ ସିୟୋନର କନ୍ୟା ଆନନ୍ଦରେ ଚିତ୍କାର କର ଏବଂ ଖୁସୀ ହୁଅ। କାରଣ ତୁମ୍ଭ ସହିତ ନଗରରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର; କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ10 “ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି। Gade chapit la |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”