Biblia Todo Logo
Bib sou entènèt

- Piblisite -




ଯିଖରୀୟ 2:4 - ପବିତ୍ର ବାଇବଲ

4 ସେ ତାଙ୍କୁ କହିଲେ, “ଦୌଡ଼ିକରି ଯାଅ ଏବଂ ସେହି ଯୁବକଙ୍କୁ କୁହ! ‘ଯିରୁଶାଲମ ଏକ ପ୍ରାଚୀର ବିହୀନ ନଗରୀ ହେବ। କାରଣ ସେଠାରେ ବହୁ ସଂଖ୍ୟାରେ ଲୋକ ଓ ପଶୁମାନେ ମଧ୍ୟସ୍ଥାନରେ ବାସ କରିବେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ତାହାଙ୍କୁ କହିଲେ, ଦୌଡ଼, ଏହି ଯୁବାଲୋକକୁ କୁହ; ଯିରୂଶାଲମର ମଧ୍ୟବର୍ତ୍ତୀ ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।

Gade chapit la Kopi




ଯିଖରୀୟ 2:4
24 Referans Kwoze  

ସେହି ସ୍ୱର୍ଗଦୂତ ମଧ୍ୟ କହିଲେ, “ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଆମ୍ଭର ନଗରଗୁଡ଼ିକ ଉତ୍ତମ ସାମଗ୍ରୀରେ ଉଛୁଳିବ। ଆମ୍ଭର ସିୟୋନ ପ୍ରତି ଦୟା ରହିବ। ଆମ୍ଭେ ପୁନର୍ବାର ଯିରୁଶାଲମକୁ ଆପଣା ବିଶେଷ ନଗର ରୂପେ ମନୋନୀତ କରିବା।’”


ସମୟ ଆସିବ ଯେତେବେଳେ ତୁମ୍ଭର କାନ୍ଥ ପୁଣି ନିର୍ମିତ ହେବ। ସେତେବେଳେ ତୁମ୍ଭ ରାଜ୍ୟ ଉନ୍ନତି କରିବ।


ତୁମ୍ଭେ କହିବ, ‘ମୁଁ ପ୍ରାଚୀର ବିହୀନ ସହର ବିଶିଷ୍ଟ ଦେଶକୁ ଯିବି; ସେମାନେ ଶାନ୍ତିରେ ଅଛନ୍ତି, ସେମାନେ ଭାବନ୍ତି ସେମାନେ ନିରାପଦରେ ଅଛନ୍ତି, ସେମାନଙ୍କର ନଗରର ସୁରକ୍ଷା ପାଇଁ ଚତୁର୍ଦ୍ଦିଗରେ ପ୍ରାଚୀର ନାହିଁ କିମ୍ବା ସେମାନଙ୍କର ଅର୍ଗଳ କି କବାଟ ନାହିଁ। ତେଣୁ ଆମ୍ଭେ ସେମାନଙ୍କ ଦେଶ ବିପକ୍ଷରେ ‌‌ଖ‌ଡ଼୍‌ଗ ଆଣିବା।


ଯେପରି ଆକାଶର ତାରା ଗଣା ଯାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ଯାଇପାରିବ ନାହିଁ, ସେହିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲେବୀୟ ପରିବାରବର୍ଗକୁ ଏତେ ସଂଖ୍ୟାରେ ଦାସ ଓ ପରିଗ୍ଭରକ ପଠାଇବା ସେଗୁଡ଼ିକ ମଧ୍ୟ ଆକଳନ ହେବେ।”


ସେହି ଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧ୍ୟରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହୋଇଥିବା ନୂତନ ଶସ୍ୟ ମଧ୍ୟରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସେମାନେ ତାଙ୍କ ବାମ ଓ ଦକ୍ଷିଣରେ ଥିବା ଲୋକମାନଙ୍କୁ ଧ୍ୱଂସ କରିବେ କିନ୍ତୁ ଯିରୁଶାଲମ ତା'ର ସ୍ଥାନରେ ଅକ୍ଷତ ରହିବ।”


ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନେବା। ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପଶୁମାନଙ୍କୁ ଦ୍ୱିଗୁଣିତ କରିବା।


କିଛିଦିନ ପିଲାମାନେ ତୁମ୍ଭ ଚିନ୍ତା କଲେ, ତୁମ୍ଭେ ହରାଇଥିଲ ବୋଲି କହିବେ, ‘ମୋ’ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ। ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’


ଆମ୍ଭେ ଆମ୍ଭ ଦାସର ବାକ୍ୟ ଦୃଢ଼ କରୁ ଓ ଆମ୍ଭ ଦୂତମାନଙ୍କର ମନ୍ତ୍ରଣା ସିଦ୍ଧ କରୁ। ପୁଣି ସଦାପ୍ରଭୁଙ୍କର ବାକ୍ୟ ଉତ୍ତମ ବୋଲି ଆମ୍ଭେ ଦେଖାଇ ଦେଉ। ସଦାପ୍ରଭୁ ଯିରୁଶାଲମ ବିଷୟରେ କୁହନ୍ତି, “ତାହା ପୁଣି ବସତି ବିଶିଷ୍ଟ ହେବ ଓ ଯିହୁଦାର ନଗର ବିଷୟରେ ସେ କୁହନ୍ତି, ସେ ସବୁ ପୁନଃନିର୍ମିତ ହେବ। ପୁଣି ଧ୍ୱଂସପ୍ରାପ୍ତ ନଗରଗୁଡ଼ିକ ପୁଣି ଗଢ଼ି ଉଠିବ।”


“ପୁଣି ଯିହୁଦା ଓ ତାହାର ନଗର ସବୁରେ କୃଷକମାନେ ଓ ପଲ ନେଇ ଭ୍ରମଣକାରୀମାନେ ଏକତ୍ର ଶାନ୍ତିରେ ବାସ କରିବେ।


ଆମ୍ଭମାନଙ୍କ ପବିତ୍ର ଧର୍ମସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ଶାନ୍ତିମୟ ବସତିସ୍ଥାନ ଯିରୁଶାଲମ ପ୍ରତି ଲକ୍ଷ୍ୟ କର, ତାହା ଅଟଳ ତମ୍ବୁ ସ୍ୱରୂପ ଓ ତାହାର କିଳାଗୁଡ଼ିକ ଏତେ ସୁଦୃଢ଼ ତାହା ଉପୁଡ଼ିବ ନାହିଁ କିମ୍ବା ଦଉଡ଼ି ଗୁଡ଼ିକ ଛିଣ୍ଡିବ ନାହିଁ।


ତୁମ୍ଭେ ଯୁବକ, କିନ୍ତୁ କେହି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ୟବହାର ନ କରେ। ବିଶ୍ୱାସୀମାନଙ୍କ ପାଇଁ, ସେମାନେ କିପରି ରହିବା କଥା ତାହା ଦେଖାଇବାକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ରେମ, ବିଶ୍ୱାସ, ପବିତ୍ର ଜୀବନ ଦ୍ୱାରା ତୁମ୍ଭେ ସେମାନଙ୍କୁ ତାହା ଦେଖାଇ ଦିଅ।


ଆଉ ପରମେଶ୍ୱର ସେହି ଗ୍ଭରି ଯୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ୟତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।


ତା'ପରେ ମୁଁ କହିଲି, “ହାୟ, ହାୟ, ହେ ସୈନ୍ୟାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କେବଳ ବାଳକ।”


ଏଥିନିମନ୍ତେ ଗ୍ରାମର ଏବଂ ପ୍ରଦେଶ ଘେରି ରହିଥିବା ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ, ଭୋଜନପାନର ଦିବସ ଭାବେ ପାଳନ କରନ୍ତି, ଯେଉଁଥିରେ ସେମାନେ ଜଣେ ଅନ୍ୟଜଣକୁ ଉପହାର ପଠାନ୍ତି।


ରାଜା ଯିହୋୟାକୀମ୍ ଗ୍ଭହିଁଲେ ସ୍ୱାସ୍ଥ୍ୟବାନ୍, ସୁନ୍ଦର ଯୋଗ୍ୟ ଏବଂ ଜ୍ଞାନୀ ଯିହୁଦୀ ବାଳକମାନେ ଯେଉଁମାନେ ରାଜକୀୟ ସ୍ଥାନରେ ଠିଆ ହେବାକୁ ଯୋଗ୍ୟ ଥିଲେ ଏବଂ ଅସ୍ପନସ୍ ନପୁଂସକାଧିପତି ଭାଷା ଏବଂ କ‌‌ଲ୍‌‌‌‌ଦୀୟ ଲୋକମାନଙ୍କର ଲେଖା ଶିଖାଇବାକୁ ପଗ୍ଭରିଲେ।


ତେଣୁ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ଆମ୍ଭେ ପୁଣି ଯିରୁଶାଲମ ଫେରି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦେଖାଇବା।” ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭର ଘର ସେହି ସ୍ଥାନରେ ନିର୍ମିତ ହେବ ଏବଂ ସମଗ୍ର ଯିରୁଶାଲମରେ ପୁନଃନିର୍ମାଣର ଲକ୍ଷଣ ଦେଖାଯିବ।”


“ଦେଖ, ଯେଉଁ କମାର କୋଇଲାରେ ଅଗ୍ନିଦେଇ ତାଉ କରେ ଓ ଆପଣା କାର୍ଯ୍ୟ ପାଇଁ ଅସ୍ତ୍ର ନିର୍ମାଣ କଲେ, ଆମ୍ଭେ ତାହାର ସ୍ରଷ୍ଟା। ‘ବିନାଶପାଇଁ’ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।


ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସେହିମାନଙ୍କ ବିରୁଦ୍ଧରେ ଯେଉଁମାନେ ଯିରୁଶାଲମ ବିରୁଦ୍ଧରେ ଲଢ଼ୁଥିଲେ। ଲୋକମାନେ ଛିଡ଼ା ହୋଇ ଥିବା ବେଳେ ସେମାନଙ୍କର ଚର୍ମ ପଚିଯିବ। ସେମାନଙ୍କର ଚକ୍ଷୁ କୋଟର ମଧ୍ୟରେ ପଶିଯିବ ଓ ଜିହ୍ୱା ପାଟି ମଧ୍ୟରେ ପଶିଯିବ।


Swiv nou:

Piblisite


Piblisite