ଯିଖରୀୟ 2:9 - ପବିତ୍ର ବାଇବଲ9 ବାବିଲର ଲୋକମାନେ ଆମ୍ଭ ଲୋକମାନଙ୍କୁ କ୍ରୀତଦାସ କଲେ। କିନ୍ତୁ ଆମ୍ଭେ ଆମ୍ଭର ହସ୍ତ ସେମାନଙ୍କ ବିରୁଦ୍ଧରେ ଉଠାଇବା ଏବଂ ସେହି ଲୋକମାନେ ଆମ୍ଭ ଲୋକମାନଙ୍କ ଦ୍ୱାରା ଲୁଟିତ ହେବେ।” ତା'ପରେ ତୁମ୍ଭେ ଜାଣିବ ସଦାପ୍ରଭୁ ସର୍ବଶକ୍ତିମାନ ମୋତେ ପଠାଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀ-ଗଣର ଲୁଟବସ୍ତୁ ସ୍ଵରୂପ ହେବେ। ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। Gade chapit laଓଡିଆ ବାଇବେଲ9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। Gade chapit la |
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”
ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
କାହିଁକି ଏସବୁ ହେବ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହେବେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ସ୍ରୋତ ସମୂହର ସ୍ଥାନ ହେବ। କିନ୍ତୁ ସେହି ନଦୀମାନଙ୍କରେ ଆହୁଲା ଯୁକ୍ତ କୌଣସି ନୌକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭେମାନେ ସେହି ପୋତର ରଜ୍ଜୁ ଛାଡ଼ି ଦେବ। ତୁମ୍ଭେମାନେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭେମାନେ ତୁମ୍ଭର ଜାହାଜକୁ ଖୋଲିବାକୁ କ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଗ୍ଭରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ। ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦେବେ। ଏପରିକି ଛୋଟ ଲୋକ ମଧ୍ୟ ଲୁଟିତ ସମ୍ପଦ ପାଇବ।