Biblia Todo Logo
Bib sou entènèt

- Piblisite -




ଯିଖରୀୟ 3:8 - ପବିତ୍ର ବାଇବଲ

8 ହେ! ମହାଯାଜକ ଯିହୋଶୂୟ ଓ ତୁମ୍ଭ ସମ୍ମୁଖରେ ବସିଥିବା ସହ ଯାଜକ ଆମ୍ଭ କଥା ଶୁଣ। ଯେତେବେଳେ ଆମ୍ଭେ ଆପଣା ସ୍ୱତନ୍ତ୍ର ଅନୁଚର ଆଣିବା ସେତେବେଳେ ଏହି ଲୋକମାନେ ଯିଏ କି କ’ଣ ଘଟିବ ବୋଲି ଦେଖାଇବେ ଉଦାହରଣ ହେବେ। ଯେଉଁ ଅନୁଚରକୁ ଆମ୍ଭେ ଆଣିବା ତାଙ୍କୁ ଶାଖା କୁହାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ; କାରଣ ସେମାନେ ଚିହ୍ନ ସ୍ଵରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।

Gade chapit la Kopi

ଓଡିଆ ବାଇବେଲ

8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।

Gade chapit la Kopi




ଯିଖରୀୟ 3:8
24 Referans Kwoze  

ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଦାଉଦ ବଂଶରେ ଆମ୍ଭେ ଏକ ଧାର୍ମିକ ‘ଶାଖା’ ଉତ୍ପନ୍ନ କରିବା। ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳରେ ଦେଶରେ ସୁବିଗ୍ଭର ଓ ନ୍ୟାୟ ପ୍ରତିଷ୍ଠା କରିବେ।


ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା'ର ମୂଳରୁ ଶାଖା ବଢ଼ିବ,


ତା'ପରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘ଜଣେ ବ୍ୟକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହେବେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।


ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମସ୍ୱରୂପ ଏକ ‘ଶାଖା’ ଉତ୍ପନ୍ନ କରାଇବା। ସେହି ‘ଶାଖା’ ସେ ଦେଶରେ ନ୍ୟାୟ ଓ ଧାର୍ମିକତା ବିଗ୍ଭର ପ୍ରତିଷ୍ଠା କରିବେ।


କାରଣ ସେ ତାହାଙ୍କ ଦୃଷ୍ଟିରେ ଗ୍ଭରା ତୁଲ୍ୟ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ୟ ବଢ଼ିଲେ। ତାଙ୍କର ଐଶ୍ୱର୍ଯ୍ୟ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ଯ୍ୟ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।


“ମୋର ଦାସକୁ ଦେଖ। ମୁଁ ତାକୁ ମନୋନୀତ କରିଅଛି। ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ। ମୁଁ ତାହା ଉପରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ।


ତା'ପରେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ତିନି ବର୍ଷ ଧରି ବିବସ୍ତ୍ର ଓ ଶୂନ୍ୟପାଦ ହୋଇ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅ‌‌ଦ୍‌‌ଭୂତ ଲକ୍ଷଣ ସ୍ୱରୂପ ଅଟେ।


ସେହି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀୟ ଓ ମହାନ ହେବ। ଇସ୍ରାଏଲର ପରିବେଷ୍ଟନୀୟର ଉପଯୋଗୀ ସେମାନଙ୍କ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ୱିତ ହେବେ।


ସେମାନଙ୍କୁ କୁହ, ‘ମୁଁ ତୁମ୍ଭମାନଙ୍କ ପାଇଁ ଏକ ଚିହ୍ନ ଓ ଉଦାହରଣ ଅଟେ। ମୁଁ ଯାହାକିଛି କଲି, ତାହା ତୁମ୍ଭମାନଙ୍କ ପ୍ରତି ଘଟିବ।’ ତୁମ୍ଭମାନଙ୍କୁ ନିର୍ବାସିତ କରାଯାଇ ବନ୍ଦୀରୂପେ ପଠାଯିବ।


ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ। “ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ।


“ଆମ୍ଭର ଦାସକୁ ଦେଖ, ସେ ସୁବିବେଚନା ପୂର୍ବକ ବ୍ୟବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ୱିତ ହେବେ।


ପୁଣି ମୋତେ ତାଙ୍କର ସେବକ ହେବା ପାଇଁ, ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମୋତେ ମାତୃଗର୍ଭରେ ସୃଷ୍ଟି କଲେ। ସେହି ସଦାପ୍ରଭୁ ମୋତେ ଏବେ କୁହନ୍ତି, “କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋର ପରମେଶ୍ୱର ମୋର ବଳସ୍ୱରୂପ ହୋଇଅଛନ୍ତି।”


“ଇସ୍ରାଏଲର ଲୋକମାନଙ୍କ ପାଇଁ ମୁଁ ଓ ମୋର ପିଲାମାନେ ସଙ୍କେତ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ୱାରା ଆମ୍ଭେମାନେ ପ୍ରେରିତ ହୋଇଅଛୁ।’


“ଆମ୍ଭମାନଙ୍କ ପରମେଶ୍ୱରଙ୍କ ସ୍ନେହମୟ ଅନୁଗ୍ରହ ହେତୁ, ସ୍ୱର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।


“‘ପୁଣି ମୋର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ। କେବଳ ସେ ହିଁ ଜଣେ ସମସ୍ତଙ୍କ ଉପରେ ମେଷପାଳକ ହେବେ। ଆଉ ସେମାନେ ମୋର ବ୍ୟବସ୍ଥା ମାନି ଚଳିବେ ଓ ମୋର ବିଧିସବୁ ରକ୍ଷାକରି ପାଳନ କରିବେ।


ମୁଁ ସେମାନଙ୍କୁ ଦୁର୍ଭିକ୍ଷରୁ ରକ୍ଷା ପାଇଁ ଉଦ୍ୟାନ ଦେବି ଏବଂ ସେମାନେ ଅନ୍ୟ ଦେଶୀୟମାନଙ୍କ ଦ୍ୱାରା ଅପମାନିତ ହେବେ ନାହିଁ।


ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପାଇଁ ଏକ ଉଦାହରଣ ଅଟନ୍ତି। ସେ ଯାହାକିଛି କଲେ ତୁମ୍ଭେମାନେ କରିବ। ଏହା ଯେତେବେଳେ ଘଟିବ, ସେତେବେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭେମାନେ ଜାଣିବ।’”


ସେ ପୁଣି ମୋତେ କହିଲେ, “ତୁମ୍ଭେ ମୋର ଦାସ, ତୁମ୍ଭେ ଇସ୍ରାଏଲ, ତୁମ୍ଭଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”


ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ, ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।


ସେମାନଙ୍କ ଉପସ୍ଥିତିରେ ତୁମ୍ଭର ଥଳିଗୁଡ଼ିକ ସୂର୍ଯ୍ୟାସ୍ତ ସମୟରେ ଆପଣା କାନ୍ଧରେ ବହନ କରି ନେଇଯିବ। ତୁମ୍ଭେ ଯେପରି ଭୂମି ନ ଦେଖି ପାରିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଏକ ଚିହ୍ନ ଓ ଏକ ଉଦାହରଣ ରୂପେ ଇସ୍ରାଏଲର ଲୋକମାନଙ୍କଠାରେ ବ୍ୟବହାର କରିଛୁ।”


Swiv nou:

Piblisite


Piblisite