Biblia Todo Logo
Bib sou entènèt

- Piblisite -




ଯିଖରୀୟ 3:9 - ପବିତ୍ର ବାଇବଲ

9 ଯିହୋଶୂୟଙ୍କ ସମ୍ମୁଖରେ ଆମ୍ଭେ ଯେଉଁ ସ୍ୱତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସେହି ପ୍ରସ୍ତରରେ ସାତୋଟି ଚକ୍ଷୁ ଅଛି। ସେହି ସ୍ୱତନ୍ତ୍ର ପ୍ରସ୍ତର ଉପରେ ଆମ୍ଭେ ବାର୍ତ୍ତା ଖୋଦନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦେଖାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ; ଏକ ପ୍ରସ୍ତରର ଉପରେ ସାତ ଚକ୍ଷୁ ଅଛି; ଦେଖ, ତହିଁର ମୁଦ୍ରା ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।

Gade chapit la Kopi

ଓଡିଆ ବାଇବେଲ

9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।

Gade chapit la Kopi




ଯିଖରୀୟ 3:9
34 Referans Kwoze  

ଯେଉଁମାନେ କି ଛୋଟ ଜିନିଷଗୁଡ଼ିକୁ ଘୃଣା କରନ୍ତି, ସେମାନେ ଆନନ୍ଦ କରିବେ, ଯେତେବେଳେ ସେମାନେ ଯିରୁବ୍ବାବିଲଙ୍କ ହାତରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତୋଟି ପାର୍ଶ୍ୱ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।”


ସଦାପ୍ରଭୁ କହନ୍ତି, “ସେତେବେଳେ ଇସ୍ରାଏଲର ଅଧର୍ମ ଖୋଳାଯିବ, ମାତ୍ର କିଛି ମିଳିବ ନାହିଁ; ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ସେମାନେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦେବା, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଅଛୁ।”


ସେତେବେଳେ ମୁଁ ସିଂହାସନର ମଝିରେ ଜଣେ ମେଷଶାବକଙ୍କୁ ଦେଖିଲି। ତାହାଙ୍କ ଗ୍ଭରିପାଖେ ଗ୍ଭରୋଟି ଜୀବିତ ପ୍ରାଣୀ ଓ ପ୍ରାଚୀନମାନେ ଘେରି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦେଖା ଯାଉଥିଲେ। ତାହାଙ୍କର ସାତୋଟି ଶିଙ୍ଗ ଓ ସାତୋଟି ଚକ୍ଷୁ ଥିଲା, ଏହି ସାତୋଟି ଚକ୍ଷୁ ପରମେଶ୍ୱରଙ୍କର ସାତୋଟି ଆତ୍ମା, ଯାହାଙ୍କୁ ପୃଥିବୀର ଗ୍ଭରିଆଡ଼େ ପ୍ରେରିତ କରାଯାଇଥିଲା।


ସେଥିପାଇଁ ମୋର ପ୍ରଭୁ ସଦାପ୍ରଭୁ କୁହନ୍ତି, “ଦେଖ, ମୁଁ ସିୟୋନରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ୟବାନ କୋଣ ପ୍ରସ୍ତର। ଏହା ଉପରେ ସବୁକିଛି ଏହି ଗୁରୁତ୍ୱପୂର୍ଣ୍ଣ ପର୍ବତ ଉପରେ ନିର୍ମିତ ହେବ। ଯେକେହି ଏହି ପ୍ରସ୍ତର ଉପରେ ବିଶ୍ୱାସ ରଖେ ସେ ହତାଶ ହେବ ନାହିଁ।


ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ। ତାହା କୋଣର ପ୍ରଧାନ ପଥର ହୋଇଅଛି।


ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ: “ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ। ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।”


ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”


ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।


ସେହି ବାକ୍ୟଗୁଡ଼ିକ ସେହି ମୂଳଦୁଆ ଉପରେ ଲେଖା ହୋଇଛି: “ଯେଉଁମାନେ ପ୍ରଭୁଙ୍କର ଲୋକ, ସେମାନଙ୍କୁ ପ୍ରଭୁ ଜାଣନ୍ତି।” ନିୟମ ଲିଖିତ ଶବ୍ଦଗୁଡ଼ିକ ମଧ୍ୟ ମୂଳଦୁଆ ଉପରେ ଲେଖାଯାଇଛି: “ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ୱାସ କରେ, ସେ ମନ୍ଦ କାମ ନ କରୁ।”


ସେ ଆମ୍ଭଠାରେ ନିଜ ଅଧିକାରର ମୋହର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦେବେ।


ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କେବଳ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ୟ ସେ ବହିନିଅନ୍ତି।


ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ।


ଯୀଶୁ ହେଉଛନ୍ତି ‘ସେହି ପଥର ଯାହାଙ୍କୁ ତୁମ୍ଭେ, ଅତଏବ ନିର୍ମାଣ କର୍ତ୍ତାମାନେ, ହେୟଜ୍ଞାନ କରିଥିଲ। କିନ୍ତୁ ସେହି ପଥର ଆଜି ମୂଖ୍ୟ ପଥର ହୋଇ ପାରିଛି।’


ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।”


ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।


ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।


ତା'ପରେ ସେହି ସ୍ୱର୍ଗଦୂତ ତାଙ୍କ ନିକଟରେ ଛିଡ଼ା ହୋଇଥିବା ଅନ୍ୟ ସ୍ୱର୍ଗଦୂତକୁ କହିଲେ, “ଯିହୋଶୂୟଙ୍କ ଶରୀରରୁ ସେହି ମଇଳା ବସ୍ତ୍ର ଗୁଡ଼ିକୁ କାଢ଼ିନିଅ।” ତା'ପରେ ସ୍ୱର୍ଗଦୂତ ଯିହୋଶୂୟଙ୍କୁ କହିଲେ, “ବର୍ତ୍ତମାନ, ମୁଁ ତୁମ୍ଭର ଅପରାଧ କାଢ଼ିନେଇଛି ଏବଂ ମୁଁ ତୁମ୍ଭକୁ ନୂଆ ମୂଲ୍ୟବାନ ବସ୍ତ୍ରରେ ଆଚ୍ଛାଦିତ କରୁଛି।”


ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ଅଟନ୍ତି, ସେମାନଙ୍କୁ ସେ ବଳବାନ୍ କରି ପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁର୍ଦ୍ଦିଗରେ ଭ୍ରମଣ କରି ସେହି ଲୋକମାନଙ୍କୁ ତନ୍ନ ତନ୍ନ କରି ଖୋଜନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ଯ୍ୟ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


“ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


ଏହି ମଣି ଇସ୍ରାଏଲ ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବ। ମୁଦ୍ରା ନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।


ଶିଳ୍ପ କର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ୱର୍ଣ୍ଣ ଧାରରେ ବନ୍ଦ କରିବ।


ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।


ହେ ମୋର ମହାଶୟ ମହାରାଜା, ବର୍ତ୍ତମାନ ସମଗ୍ର ଇସ୍ରାଏଲବାସୀ ଆପଣଙ୍କ ଉପରେ ଦୃଷ୍ଟି ରଖିଛନ୍ତି। ସେମାନେ ଦେଖିବା ପାଇଁ ଅପେକ୍ଷା କରିଛନ୍ତି। ଆପଣଙ୍କ ଅନ୍ତେ କାହାକୁ ଆପଣ ସିଂହାସନରେ ବସାଇ ରାଜା କରିବେ।


Swiv nou:

Piblisite


Piblisite