ଯିଖରୀୟ 4:14 - ପବିତ୍ର ବାଇବଲ14 ତେଣୁ ସେ ଉତ୍ତର ଦେଲେ, “ଏହି ଅଭିଷିକ୍ତ ଦୁଇଜଣ ଯିଏ ଠିଆ ହୁଅନ୍ତି ସମଗ୍ର ପୃଥିବୀ ପାଇଁ ସଦାପ୍ରଭୁଙ୍କର ପ୍ରତିନିଧି ଅଟନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)14 ତେବେ ସେ କହିଲେ, ଏମାନେ ସମୁଦାୟ ଭୂମଣ୍ତଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି। Gade chapit laଓଡିଆ ବାଇବେଲ14 ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।” Gade chapit la |
“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”
ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ।
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”