Biblia Todo Logo
Bib sou entènèt

- Piblisite -




ଯିଖରୀୟ 6:6 - ପବିତ୍ର ବାଇବଲ

6 କୃଷ୍ଣବର୍ଣ୍ଣ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡ଼କୁ ଯିବେ, ଲାଲ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡ଼େ, ଧଳା ଘୋଡ଼ାଗୁଡ଼ିକ ଦ୍ୱାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡ଼େ ଓ ପାଣ୍ତୁର ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡ଼େ ଯିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ଵଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ଵଗଣ ସେମାନଙ୍କ ପଶ୍ଚାଦ୍ଗମନ କଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ଵଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡେ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।

Gade chapit la Kopi




ଯିଖରୀୟ 6:6
14 Referans Kwoze  

ତା'ପରେ ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗରେ ଉଜ୍ଜ୍ୱଳ ତେଜ ବାହାରୁଥିଲା ଓ ଏହାର ମଧ୍ୟଭାଗ ଏକ ଜ୍ୱଳନ୍ତ ଧାତୁ ସଦୃଶ ଦେଖା ଯାଉଥିଲା।


ସେ ସମୟରେ ସ୍ୱର୍ଗ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବାବିଲ ବିଷୟରେ ଆନନ୍ଦରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।”


ହେ ବିନ୍ୟାମୀନ ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୁଶାଲମରୁ ପଳାୟନ କର। ତିକୋୟ ନଗରରେ ତୂରୀ ବଜାଅ ଓ ବୈ‌ଥ୍‌ହକେରମରେ ଧ୍ୱଜା ଟେକ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।


ସିୟୋନଆଡ଼େ ଧ୍ୱଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାୟନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।”


“ଆଉ ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁତୁଲ୍ୟ ଆସିବ। ସେ ନାନା ଦେଶରେ ପ୍ରବେଶ କରି ବନ୍ୟା ପରି ବହିଯିବ।


ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।


ଉତ୍ତରର ରାଜା ଦକ୍ଷିଣର ରାଜ୍ୟକୁ ଆକ୍ରମଣ କରିବ। ମାତ୍ର ସେ ଯୁଦ୍ଧରେ ହାରି ଆପଣା ଦେଶକୁ ଫେରିଯିବ।


“କିନ୍ତୁ ସେତେବେଳେ ଆମ୍ଭର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ପ୍ରତିଶୋଧ ନେବେ ଓ ସେହି ଦିନ ବିପକ୍ଷମାନଙ୍କୁ ପ୍ରତିଫଳ ଦେବେ। ‌‌ଖ‌ଡ଼୍‌ଗ ସମସ୍ତଙ୍କୁ ନିଃଶେଷ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନକରି ତୃଷା ନିବାରଣ କରିବ। କାରଣ ଉତ୍ତର ଦେଶରେ ଫରାତ୍ ନଦୀ ନିକଟରେ ଆମ୍ଭମାନଙ୍କର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞସ୍ଥଳୀ ଅଛି।


ତା'ପରେ ମେଷଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତେବେଳେ ତୃତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, “ଆସ।” ସେତେବେଳେ ମୋ’ ସମ୍ମୁଖରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆରୋହୀଙ୍କ ହାତରେ ଗୋଟିଏ ତରାଜୁ ଥିଲା।


ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା ସେମାନଙ୍କୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ।


ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉ‌ଡ୍‌ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।


Swiv nou:

Piblisite


Piblisite