Biblia Todo Logo
Bib sou entènèt

- Piblisite -




ଯିଖରୀୟ 6:7 - ପବିତ୍ର ବାଇବଲ

7 ସେହି ଶକ୍ତିଶାଳୀ ଅଶ୍ୱଗୁଡ଼ିକ ପୃଥିବୀର ଏଣେତେଣେ ବିଚରଣ କରିବାକୁ ଆଗ୍ରହ ପ୍ରକାଶ କଲେ। ତେଣୁ ସେହି ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଯାଅ ପୃଥିବୀର ଗ୍ଭରିଆଡ଼େ ବିଚରଣ କର।” ତେଣୁ ସେମାନେ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ପାଣ୍ତୁରବର୍ଣ୍ଣ ଅଶ୍ଵଗଣ ବାହାର ହେଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର; ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ;” ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।

Gade chapit la Kopi




ଯିଖରୀୟ 6:7
8 Referans Kwoze  

ତା'ପରେ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ବ୍ୟକ୍ତି ଜଣକୁ କହିଲେ, “ପୃଥିବୀରେ ଏଣେ ତେଣେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ୱଗୁଡ଼ିକୁ ପ୍ରେରଣ କରିଛନ୍ତି।”


ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ଅଟନ୍ତି, ସେମାନଙ୍କୁ ସେ ବଳବାନ୍ କରି ପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁର୍ଦ୍ଦିଗରେ ଭ୍ରମଣ କରି ସେହି ଲୋକମାନଙ୍କୁ ତନ୍ନ ତନ୍ନ କରି ଖୋଜନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ଯ୍ୟ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


ପୁଣି ସେହି ଦଶ ଶିଙ୍ଗର ତାତ୍ପର୍ଯ୍ୟ ହେଉଛି ଯେ ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ। ସେମାନଙ୍କ ପରେ ଆଉ ଜଣେ ଉତ୍ପନ୍ନ ହେବ ଓ ସେ ତାଙ୍କର ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।


“ତା'ପରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧରେ ସମସ୍ତ ତଥ୍ୟ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦରେ ଦଳି ଦେଲା।


ତେଣୁ ତୁମ୍ଭେମାନେ ଯାଅ ଏବଂ ସମସ୍ତ ଦେଶରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦେଲି।”


ତା'ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ।


Swiv nou:

Piblisite


Piblisite