ଯିଖରୀୟ 7:12 - ପବିତ୍ର ବାଇବଲ12 ସେମାନେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶେଷ କ୍ରୋଧାନ୍ୱିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ଵାରା ପୂର୍ବକାଳର ଭବିଷ୍ୟଦ୍-ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Gade chapit laଓଡିଆ ବାଇବେଲ12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Gade chapit la |
ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।’
କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’
ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ'ଠାରୁ ସୁସ୍ଥତା ପାଇବେ।”
“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।
ସିଦିକିୟ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧରେ ବିଦ୍ରୋହ କଲେ। ଅତୀତରେ ନବୂଖଦ୍ନିତ୍ସର ସିଦିକିୟଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ୱସ୍ତ ରହିବେ। ସିଦିକିୟ ପରମେଶ୍ୱରଙ୍କ ନାମ ନେଇ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ୱସ୍ତ ରହିବେ। କିନ୍ତୁ ସିଦିକିୟ ବଡ଼ ଦାମ୍ଭିକ ଥିଲେ ଓ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ୟ କଲେ।