ଯିଖରୀୟ 7:3 - ପବିତ୍ର ବାଇବଲ3 ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସେମାନେ ପଠାଇଲେ, “ଆମ୍ଭେ କ’ଣ ପଞ୍ଚମ ମାସରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନେକ ବର୍ଷ ଧରି କରି ଆସିଅଛୁ? ପଞ୍ଚମ ମାସରେ ଆମ୍ଭେମାନେ ବିଶେଷ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ଯ୍ୟ ଗ୍ଭଲୁ ରଖିବା ଉଚିତ୍ କି?” Gade chapit laପବିତ୍ର ବାଇବଲ (Re-edited) - (BSI)3 ଯଥା, ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ପୃଥକ୍ କରି ବିଳାପ କରିବି? Gade chapit laଓଡିଆ ବାଇବେଲ3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?” Gade chapit la |
ସଦାପ୍ରଭୁଙ୍କର ସେବକଗଣ, ଯାଜକମାନେ ମଣ୍ତପ ଓ ଯଜ୍ଞବେଦିରେ ନିଶ୍ଚିତ କାନ୍ଦିବେ ଓ ଆକୁଳରେ ସଦାପ୍ରଭୁଙ୍କୁ ନିବେଦନ କରିବେ, “ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ୱାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ୱାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅ ନାହିଁ ଏବଂ ସେମାନଙ୍କୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, ‘ତୁମ୍ଭର ସଦାପ୍ରଭୁ କାହାନ୍ତି?’”