ଯିଖରୀୟ 7:7 - ପବିତ୍ର ବାଇବଲ7 ଏହିଗୁଡ଼ିକ କ’ଣ ସେହି ବାକ୍ୟଗୁଡ଼ିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ କହିଥିଲେ? ସେ ଏ କଥା କହିଥିଲେ ଯେତେବେଳେ ଯିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡ଼ିକ ନେଗେଭ ଏବଂ ସିଫେଲା ବସତି ବହୁଳ ଥିଲା।’” Gade chapit laପବିତ୍ର ବାଇବଲ (Re-edited) - (BSI)7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ଵାରା ଯେଉଁସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ? Gade chapit laଓଡିଆ ବାଇବେଲ7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ୍ ନୁହେଁ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?” Gade chapit la |
ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।”