Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:17 - ପବିତ୍ର ବାଇବଲ

17 ତୁମ୍ଭର ପ୍ରତିବାସୀର କ୍ଷତି କରିବାକୁ ତୁମ୍ଭ ହୃଦୟରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ୟା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସେହିସବୁକୁ ଘୃଣା କରୁ।” ସଦାପ୍ରଭୁ ଏହିସବୁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।”

Gade chapit la Kopi




ଯିଖରୀୟ 8:17
19 Referans Kwoze  

ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।


ତୁମ୍ଭର ଚକ୍ଷୁଗୁଡ଼ିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖି ପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ୟ କରି ପାରିବ ନାହିଁ। ତେଣୁ କିପରି ସେହି ମନ୍ଦ ଲୋକମାନେ ଜୟ କରିବାର ତୁମ୍ଭେ ଦେଖି ପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିୟା କରୁ ନାହଁ, ଯେତେବେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?


ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, “ତୁମ୍ଭେମାନେ ଏହି ଘୃଣ୍ୟ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।”


ହେ ଯିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦୟକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ।


ଯେତେବେଳେ ତୁମ୍ଭର ପଡ଼ୋଶୀ ସେ ବିଶ୍ୱାସ କରି ତୁମ୍ଭ ପାଖରେ ବାସ କରେ। ତୁମ୍ଭେ ପଡ଼ୋଶୀଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କର ନାହିଁ।


ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।


କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ।


ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ।


କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି।


ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କର ନାହିଁ। ତୁମ୍ଭ ଭାଇ ବିରୁଦ୍ଧରେ ନିଜ ହୃଦୟରେ ଷଡ଼ଯନ୍ତ୍ର କର ନାହିଁ।’”


ଯଦି ତୁମ୍ଭେ ସେହିସବୁ କରିବ, ତେବେ ତୁମ୍ଭକୁ ସଦାପ୍ରଭୁଙ୍କ ନାମରେ ଶପଥ କରି କହିବାକୁ ପଡ଼ିବ ଯେ ‘ସଦାପ୍ରଭୁ ଜୀବିତ।’ ଆଉ ତୁମ୍ଭେ ଏସବୁ ସତ୍ୟ, ନ୍ୟାୟ ଓ ଧାର୍ମିକତାରେ ସେ ସବୁ କହିବାକୁ କ୍ଷମ ହେବ। ତାହାଦ୍ୱାରା ନାନାଦେଶୀୟମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହେବେ। ସେମାନେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।”


ଯଦି କେହି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତେବେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।


ତା'ର ହୃଦୟରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ଯୁକ୍ତିତର୍କ ଓ କଳି ଆରମ୍ଭ କରେ।


ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି ବାର୍ତ୍ତା ମୋ’ ନିକଟକୁ ପଠାଇଲେ।


ମୁଁ ମୋର ସମ୍ମୁଖରେ କୌଣସି ମୂଲ୍ୟହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।


Swiv nou:

Piblisite


Piblisite