Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:2 - ପବିତ୍ର ବାଇବଲ

2 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭେ ସିୟୋନ ପାଇଁ ଅତ୍ୟାସକ୍ତ ଏବଂ ପ୍ରଗାଢ଼ ଅନୁରାଗ ସହିତ ଆମ୍ଭେ ତା’ ପାଇଁ କ୍ରୋଧାନ୍ୱିତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ଵାଳାରେ ଜ୍ଵଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ତ କୋପରେ ଜ୍ଵଳୁଅଛୁ।

Gade chapit la Kopi

ଓଡିଆ ବାଇବେଲ

2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।

Gade chapit la Kopi




ଯିଖରୀୟ 8:2
12 Referans Kwoze  

ତା'ପରେ ସଦାପ୍ରଭୁ ନିଜ ଭୂମି ପାଇଁ ଈର୍ଷାପରାୟଣ ହେଲେ। ସେ ତାଙ୍କର ଲୋକମାନଙ୍କ ଉପରେ ଦୟା ଦେଖାଇଲେ।


ସଦାପ୍ରଭୁ ଈର୍ଷାପରାୟଣ ଏବଂ ପ୍ରତିଶୋଧ ପରାୟଣ। ସେ କ୍ରୋଧାନ୍ୱିତ ହୋଇ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପରେ ସେ ପ୍ରତିଶୋଧ ନିଅନ୍ତି। ସେ ତାଙ୍କର ଶତ୍ରୁମାନଙ୍କ ଉପରେ ରାଗନ୍ତି।


ବର୍ତ୍ତମାନ ସ୍ୱର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ୱତ ପ୍ରେମ କାହିଁ? ତୁମ୍ଭର କୋହ ଓ ଦୟା କାହିଁ?


ପୁଣି ସଦାପ୍ରଭୁ ଧାର୍ମିକତାର ସାଞ୍ଜୁ ବୁକୁରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତିଶୋଧରୂପକ ବସ୍ତ୍ର ଓ ଉ‌ଦ୍‌ଯୋଗରୂପକ ବସ୍ତ୍ର ଉତ୍ତରୀୟ ରୂପେ ପରିଧାନ କଲେ।


ସଦାପ୍ରଭୁଙ୍କ କ୍ରୋଧ ବିରୁଦ୍ଧରେ କେହି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କ୍ରୋଧକୁ କେହି ସହ୍ୟ କରି ପାରିବେ ନାହିଁ। ତାଙ୍କର କ୍ରୋଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନରେ ପଥରଗୁଡ଼ିକ ଖଣ୍ତ ଖଣ୍ତ ହୋଇଯିବ।


ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ।


ମନଃଶୀୟ ଗୋଷ୍ଠୀର କେତେକ ବ୍ୟକ୍ତି ମଧ୍ୟ ଦାଉଦଙ୍କ ସହିତ ଯୋଗ ଦେଲେ। ଦାଉଦ ଯେତେବେଳେ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯାଇଥିଲେ, ସେତେବେଳେ ସେମାନେ ତାହାଙ୍କ ସହିତ ଯୋଗ ଦେଇଥିଲେ। କିନ୍ତୁ ଦାଉଦ ଓ ତାଙ୍କ ଲୋକମାନେ ପ୍ରକୃତରେ ପଲେଷ୍ଟୀୟମାନଙ୍କୁ ସାହାଯ୍ୟ କରି ନ ଥିଲେ। ଦାଉଦ ଯେ ସେମାନଙ୍କୁ ସାହାଯ୍ୟ କରୁଅଛନ୍ତି, ଏହା ପଲେଷ୍ଟୀୟ ନେତାମାନେ କଥାବାର୍ତ୍ତା ହେଉଥିଲେ, କିନ୍ତୁ ତା'ପରେ ସେମାନେ ତାହାଙ୍କୁ ପଠାଇଦେବା ନିମନ୍ତେ ସ୍ଥିର କଲେ। ସେହି ଶାସକମାନେ କହିଲେ, “ଯଦି ଦାଉଦ ତାଙ୍କ ମୁନିବ ଶାଉଲଙ୍କ ପାଖକୁ ଫେରିଯାଏ, ତେବେ ଆମ୍ଭମାନଙ୍କର ମୁଣ୍ଡକାଟ ହେବ!”


Swiv nou:

Piblisite


Piblisite